Horoscope / ଏହି ରାଶିର ବ୍ୟକ୍ତିଙ୍କ ବଢିବ ବ୍ୟାଙ୍କ ବାଲାନ୍ସ, ଏମାନଙ୍କ ବଢ଼ିବ ଖର୍ଚ୍ଚ

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ଆଜି ଦୂରଯାତ୍ରା ସାଙ୍ଗକୁ ଆନୁଷ୍ଠାନିକ କିମ୍ବା ଧାର୍ମିକ କାର୍ୟ୍ୟରେ ଦାନ, ଧର୍ମ ସକାଶେ ଅନୁପ୍ରେରିତ କରାଇପାରନ୍ତି। ବନ୍ଧୁଙ୍କ ସହ ମିଳିମିଶି କାମ କରିବାକୁ ବାଧ୍ୟ ହେବେ। ଆର୍ଥିକ ସ୍ଥିତି ମନ୍ଦ ନ ହେହେଲ ମଧ୍ୟ ପକେଟ ପୂରିବ ନାହିଁ। ବ୍ୟବସାୟୀମାନେ ପ୍ରାଧାନ୍ୟ ବିସ୍ତାର କରି ବନ୍ଧୁଙ୍କ ସମସ୍ୟାକୁ ସୁଧାରି ନେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ-
ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବାର ମଉକା ମିଳିବ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ଭଲରେ ଅତିବାହିତ ହେବ। ଆର୍ଥିକ ଉନ୍ନତି, ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟି ଓ ସାମାଜିକ ସମ୍ମାନ ପାଇ ଖୁସି ରହିବେ। ଯାହା କିଛି ସାଧାରଣ ସମସ୍ୟା ରହିଛି ତାହା ହିଁ ଆଜି ଦିନର ମୁଖ୍ୟ ଚିନ୍ତାର କାରଣ ହୋଇପାରେ। ପରିବାରରେ ପିତୃ ଅର୍ଜିତ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ସୂଚନା ରହିଛି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାକୁ ନେଇ ମାନସିକ ଆଶ୍ୱସ୍ତି ଲାଭ କରିବେ। ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ । ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ୟ୍ୟରେ ଅଗ୍ରଗତି ଘଟିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ
ସିଂହ-
ଗୋଟିଏ ସମସ୍ୟାର ସମାଧାନ ନ ହେଉଣୁ ଅନ୍ୟ ଏକ ସମସ୍ୟାକୁ ସାମ୍ନା କରିବାକୁ ପଡିପାରେ। ବ୍ୟବସାୟିକ କାରବାର, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ଆଇନ, ନିର୍ମାଣ ପାଇଁ ଦିନଟି ଭଲ। ପଡୋଶୀଙ୍କ ପକ୍ଷ ସମର୍ଥନ କାରଣରୁ ବିବାଦୀୟ ପରିସ୍ଥିତିରେ ପାଟି ଖୋଲିବାର ସାହସ ପାଇବେ। ଆଧ୍ୟାମତ୍ିକ ଭାବଧାରାରେ ଉଦ୍ବୁଦ୍ଧ ହୋଇପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ ଜମି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ୟ୍ୟରେ ବ୍ୟସ୍ତ ରହିବେ । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ। ସାମାଜିକ ସ୍ତରରେ ସାଧାରଣ ସ୍ବାର୍ଥକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଲେ ଉପକୃତ ହେବେ। ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତାକରି ଚିନ୍ତିତ ରହିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।
ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର-
କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି। ଉଦାରତା ଓ ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ
କୁମ୍ଭ-
ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍ସିପରେ ଉନ୍ନତି କରିବେ । ପିଲାଙ୍କ ବିବାହ ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
📱 Get Argus News App
✨Related Topics
Explore more stories