Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଖୋଲିବ, ଜମି ସମସ୍ୟାରୁ ମିଳିବ ମୁକ୍ତି

Horoscope

Daily Horoscope / ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଖୋଲିବ, ଜମି ସମସ୍ୟାରୁ ମିଳିବ ମୁକ୍ତି

Santosh Kumar Sahoo
Browse all articles by Santosh Kumar Sahoo
·2 hours ago·3 min read
ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଖୋଲିବ, ଜମି ସମସ୍ୟାରୁ ମିଳିବ ମୁକ୍ତି
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ

ପାରିବାରିକ ଜୀବନରେ ମଧ୍ୟ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ । ଶିଳ୍ପ, ବାଣିଜ୍ୟ ଓ ପରିବହନରୁ ଲାଭବାନ୍ ହେବେ । ସଞ୍ଚିତ ଅର୍ଥରୁ କିଛି ଖର୍ଚ୍ଚ କରିପାରନ୍ତି । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ବୃଷ

ସ୍ୱାସ୍ଥ୍ୟ ସମ୍ବନ୍ଧରେ ସମସ୍ୟା ଦୂର ହେବ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ସଭା ସମିତିରେ କୌଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ମିଥୁନ

ପରହାତ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ବାଦବିବାଦ, ମାଲିମକଦ୍ଦମା ସଫଳତା ମିଳିବ । ପ୍ରତିଯୋଗୀ ପରୀକ୍ଷାରେ ଅବଶ୍ୟ ଶୁଭଫଳ ପାଇବ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ

ସୁଖ, ସମୃଦ୍ଧି ବଢିବ । ମହିଳା ମାନେ ସମ୍ମାନୀୟ ହେବେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ

ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା


ଆପଣଙ୍କୁ ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢିବ । ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

ତୁଳା

ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ମନରେ ଧାର୍ମିକ ଭାବନା ଉଦୟ ହେବ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସମ୍ଭାବନା ଅଧିକ ରହିଛି । ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ

ବିଛା

ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତ୍ରୁ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । କୋର୍ଟରେ ଶୁଭ ଖବର ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ ଆଗେଇବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧି ପୂର୍ବକ ଶିବଙ୍କର ପୂଜା କରନ୍ତୁ

ଧନୁ

ଛାତ୍ରମାନେ ସଫଳତା ପାଇବାର ସମ୍ଭାବନା ଅଛି । ଆପଣ କିଛି କୌଶଳ ବ୍ୟବହାର କରି, ଆପଣ ଅତି ଚ୍ୟାଲେଞ୍ଜିଂ କାର୍ଯ୍ୟଗୁଡ଼ିକୁ ମଧ୍ୟ ସହଜରେ ସମ୍ପନ୍ନ କରିବାରେ ସକ୍ଷମ ହେବେ । ଜମିଜମା କାରବାର, ରାଜନୀତି, ଆନୁଷ୍ଠାନିକ କାମରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଆଲୋଚନା ପରିସରରେ ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର

ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ମହିଳାମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୂମିକୁ କ୍ରୟ କରିବେ । ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ


କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡ଼ିପାରେ । ପଡ଼ୋଶୀଙ୍କ ସହାୟତାରେ ଆଶା କରିଥିବା ଦିଗରୁ ମୂଲ୍ୟବାନ ଜିନିଷ ପ୍ରାପ୍ତି ହେବ । ଅଧ୍ୟାପନା, ସାହିତ୍ୟ, ସଂସ୍କୃତି, କଳା ଓ ସଙ୍ଗୀତ କ୍ଷେତ୍ରରୁ ପ୍ରଶଂସା ମିଳିବ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବାର ସୂଚନା ରହିଛି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ମୀନ

ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଖବରଦାତା, ଆଇନଜ୍ଞମାନେ ବିଶେଷ ଉପକୃତ ହେବେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।
ଶୁଭ ରଙ୍ଗ- ହଳଦିଆ 
ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Daily Horoscope Today: What’s in Your Stars for the Day? | Argus News