Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆର୍ଥିକ କ୍ଷତି ବା ଲାଭ ମଧ୍ୟ ରାଶି ଅନୁସାରେ ଫଳପ୍ରାପ୍ତି ହୋଇଥାଏ, ଆପଣଙ୍କ ରାଶି ଅନୁସାରେ ଜାଣନ୍ତୁ ଆର୍ଥିକ ସ୍ଥିତି

Jitendra Dash
Browse all articles by Jitendra Dash
·2 years ago·4 min read
ଆର୍ଥିକ କ୍ଷତି ବା ଲାଭ ମଧ୍ୟ ରାଶି ଅନୁସାରେ ଫଳପ୍ରାପ୍ତି ହୋଇଥାଏ, ଆପଣଙ୍କ ରାଶି ଅନୁସାରେ ଜାଣନ୍ତୁ ଆର୍ଥିକ ସ୍ଥିତି

ଅର୍ଗସ ବ୍ୟୁରୋ : ୦୪.ଗୁରୁବାର, ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ଆସନ୍ତୁ ନଜର ପକାଇବା । 
ମେଷ-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ରାଜନିତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ । ଭୂ-ସମ୍ପତି କିଣିବାର ଯୋଗ ରହିଛି ।  ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ।  ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ 

ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-
ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବେ । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨    
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ-
ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।  ସାଂସ୍କୃତିକ କାର‌୍ୟ୍ୟ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ 

କନ୍ୟା-
ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳା ମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତୁଳା-
କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତି  ନେଇ ସଫଳ  ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ ।  ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ । ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ 
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 

ଧନୁ-
ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ,  ବାଣିଜ୍ୟରେ ଲାଭ ମିଳିବ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ 

କୁମ୍ଭ-
ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ। 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ- 
ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧର‌୍ୟ୍ୟର ସହିତ ସବୁ କାର‌୍ୟ୍ୟକୁ ସମାଧାନ କରିପାରିବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

Sponsored
Horoscope Today: Astrological prediction for April 04, 2024 | Argus News