Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ: ବଦଳିବ ଏହି ରାଶିର ଲୋକଙ୍କ ଭାଗ୍ୟ

Banajyotshna Ray
Browse all articles by Banajyotshna Ray
·1 year ago·3 min read
ଆଜିର ରାଶିଫଳ: ବଦଳିବ ଏହି ରାଶିର ଲୋକଙ୍କ ଭାଗ୍ୟ

ମେଷ-
ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ସାମୟିକ ବିଚଳିତ ହେବେ। କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ । ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରିବେ । ବିବାଦୀୟ ପରିସ୍ଥିତିରେ ନିଜ ଘର ଅପେକ୍ଷା ବାହାର ଲୋକ ଆପଣଙ୍କ ପକ୍ଷ ସମର୍ଥନ କରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
ହାତକୁ ନେଇଥିବା କାମ ଅଟକିବ ନାହିଁ ଏବଂ ସେଥିରେ ଆଶାଜନକ ଫଳ ପାଇବେ । ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ୱର ଉଠାଇ ଶତ୍ରୁ ଅର୍ଜିବେ । ଅନିଦ୍ରା ଏବଂ ଅବହେଳା କାରଣରୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ମିଥୁନ-
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି । ବହୁତ ଦିନରୁ ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଆପଣଙ୍କ ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍ଭାବ ବଢ଼ିବ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ବନ୍ଧୁଙ୍କ କାର୍ଯ୍ୟକଳାପରେ ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ । ଉପରିସ୍ଥ ଅଧିକାରୀଙ୍କ ବଦାନ୍ୟତାରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ସିଂହ-
କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ ଯାଉଥିବା କୌଣସି ଆତ୍ମୀୟଙ୍କ ପାଇଁ ମନ ଦୁଃଖ ହୋଇପାରେ।ଅଶାନ୍ତିଜନିତ ମାନସିକ ଯନ୍ତ୍ରଣା କେତେକାଂଶରେ ବନ୍ଧୁଙ୍କ ଆଶ୍ୱାସନାରୁ ଉପଶମ ହେବ। ସାମାଜିକ ସ୍ତରରେ ସମସ୍ୟା ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ସାଧାରଣ କଥାରେ ଭୁଲ୍ ବୁଝାମଣା କାରଣରୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଯାତ୍ରା ସମୟରେ ଅନ୍ୟମନସ୍କ ହେତୁ ଦ୍ରବ୍ୟ ନଷ୍ଟ ହେବାର ଆଶଙ୍କା ରହିଛି। ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ କର୍ମକ୍ଷେତ୍ରରେ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିପାରନ୍ତି। ଆର୍ଥିକ ସ୍ଥିତି ବଦଳିଯିବା କାରଣରୁ ଉଦ୍ବିଗ୍ନତା ବୃଦ୍ଧି ପାଇବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ତୁଳା-
ପାରିବାରିକ ସମ୍ପର୍କ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ। କର୍ମକ୍ଷେତ୍ରରେ ପ୍ରଶାସନିକ କିମ୍ବା ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ଚେଷ୍ଟା କରିବେ। ମନ ବୁଝିଲା ଭଳି କଥା କହି ପରକୁ ଆପଣେଇ ନେବା । କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହୋଇପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ରପାଠ କରନ୍ତୁ

ବିଛା-
ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ସୁଦ୍ଧା ସମାଲୋଚିତ ହେବେ। ମାଲିମକଦ୍ଦମାରୁ ଚିନ୍ତା ବଢ଼ିଯିବ କିନ୍ତୁ ଆଇନର ସହାୟତା ଲାଭକରି କିଛିଟା ଆଶ୍ୱସ୍ତି ଲାଭ କରିବେ। ଶିଳ୍ପ , ବାଣିଜ୍ୟ, ପରିବହନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। କଳା, ସାହିତ୍ୟ, ସଂସ୍କୃତି, କ୍ରୀଡ଼ା, ସଙ୍ଗୀତ ପ୍ରଭୃତିରେ ସମସ୍ୟାର ଅନ୍ତ ଘଟିବାର ଆଶା କରାଯାଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଧନୁ-
ପରିବାରରେ ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିପାରନ୍ତି। ଯଥା ସମୟରେ ସବୁ କାମ ସମ୍ପନ୍ନହେବାରୁ ମନ ଖୁସି ହୋଇଯିବ । କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମନ ମୁତାବକ ଭୁମି ଚୟନ କରି ତାକୁ କ୍ରୟ କରିବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ପରିବାରର ବାଧ୍ୟବାଧକତାରେ ମନୋରଞ୍ଜନ ସମ୍ପର୍କିତ ଦ୍ରବ୍ୟ କ୍ରୟ କରିପାରନ୍ତି।ସମ୍ପର୍କୀୟଙ୍କ ସାହାଯ୍ୟ ନେଇ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବେ। ବନ୍ଧୁଙ୍କ ନିକଟରୁ ଅର୍ଥ ସାହାଯ୍ୟ ପ୍ରତିଶ୍ରୁତିଲାଭ କରି ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ସରକାରୀ ସ୍ତରରେ ଅଟକି ରହିଥିବା ସ୍ଥଗିତ କାମକୁ ବନ୍ଧୁଙ୍କ ଜରିଆରେ ତ୍ୱରାନ୍ବିତ କରିପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

କୁମ୍ଭ-
ଯେକୈାଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର‌୍ୟ୍ୟ ହେବେ। ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବେ। ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ। କୌଣସି ଜିନିଷ ପାଇବାକୁ କେନ୍ଦ୍ରକରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ଇଚ୍ଛା ନ ଥାଇ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବାକୁ ପଡିପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସହମତିରେ କାମ କଲେ ଉପକୃତ ହେବେ । ପୁରାଣ ପଠନ ଏବଂ ଧର୍ମକାର୍ଯ୍ୟ ପ୍ରତି ଆଗ୍ରହୀ ହୋଇପାରନ୍ତି । ନିର୍ମାଣଧୀନ ଗୃହ କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
horoscope-today-astrological-prediction-for-april-16-2025 | Argus News