ଏହି ରାଶିଦ୍ୱୟଙ୍କ ବଦଳିବ ଭାଗ୍ୟ...

ମେଷ-
ଦୀର୍ଘଦିନ ହେଲା ଯାହା ପାଉ ନ ଥିଲେ ଆଜି ତାହା ପାଇ ଖୁସି ହୋଇଯିବେ। ହାତକୁ ନେଇଥିବା କାର୍ଯ୍ୟ କୌଶଳ ପୂର୍ବକ ସମ୍ପନ୍ନ କରିନେବେ। ଯେକୌଣସି କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ଠିକ୍ ହୋଇଯିବ। କଳା, ସାହିତ୍ୟ, ସଂସ୍କୃତି, ସାମ୍ବାଦିକତା, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୈାଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ଦୁଶ୍ଚିନ୍ତା କାରଣରୁ ଟେନ୍ସନ ଲାଗିରହିଥିଲେ ମଧ୍ୟ ଦୃଢ଼ତା ଓ ଧୈର୍ୟ୍ୟର ସହ ପରିସ୍ଥିତିକୁ ନିୟନ୍ତ୍ରଣ କରିନେବେ। ବାଣିଜ୍ୟ, ପରିବହନ, ପ୍ଲଟିଂ କାରବାର, ମାଲିମକଦ୍ଦମା ପ୍ରଭୃତି କ୍ଷେତ୍ରରେ ଅଭିଳଷିତ ଫଳ ପାଇବେ। ସ୍ବାସ୍ଥ୍ୟହାନି ସାଙ୍ଗକୁ ଆର୍ଥିକ ଅନଟନ କାରଣରୁ କରଜ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ôଯତଶୀଳ ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ବନ୍ଧୁ ଗହଣରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିବାର ସୂଚନା ରହିଛି। ବ୍ୟବସାୟରେ ଲାଭ ମିଳିବ ଏବଂ କୌଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ, ସାଂଗଠନିକ ସ୍ତରରେ କିମ୍ବା ପ୍ରଶାସନିକ ନିଷ୍ପତ୍ତି ନେବା କ୍ଷେତ୍ରରେ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର୍ୟ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ । ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଅନ୍ୟର ସାହାର୍ୟ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ବିଳାସବ୍ୟସନ ଦିଗକୁ ମନ ଢଳିବ । ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିପାରନ୍ତି। ଅଫିସରେ କାମର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଶିଳ୍ପ, ବ୍ୟବସାୟ ଭଲରେ ଚାଲିଲେ ମଧ୍ୟ ପରିବହନରେ କ୍ଷତି, କିମ୍ବା ଆକସ୍ମିକ ସମସ୍ୟାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ । ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଧନୁ-
ସୁଖ, ସୁବିଧା ଓ ସୁଯୋଗ ବିଷାଦିତ ମନକୁ ଆହ୍ଲାଦିତ କରିବାରେ ସହାୟକ ହେବ। ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ବ୍ୟକ୍ତି ମୁଖ୍ୟ ଭୂମିକା ନେଇପାରନ୍ତି। ସଭାସମିତିରେ ଆଲୋଚନା ଅମୀମାଂସିତ ରହିପାରେ। ପ୍ରତିକୁଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ଦୂରଯାତ୍ରା,ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମାଧାନ କରିବେ । ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଭଲ ସମ୍ପର୍କ ନ ଥିବା କୌଣସି ବନ୍ଧୁଙ୍କ ଉଦ୍ଦେଶ୍ୟ ପ୍ରଣୋଦିତ ଭାବରେ ମିଥ୍ୟା ଗୁଜବ ମନକୁ ଚହଲାଇ ଦେଇପାରେ। ଆତ୍ମୀୟଙ୍କ ଅସହଯୋଗ ଏବଂ ଅସମ୍ମାନ ପାଇ ଦୁଃଖିତ ହେବେ। ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ଝଗଡ଼ା ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ