Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ସତର୍କ ରୁହନ୍ତୁ ଏହି ରାଶିଦ୍ୱୟ

Banajyotshna Ray
Browse all articles by Banajyotshna Ray
·1 year ago·3 min read
ସତର୍କ ରୁହନ୍ତୁ ଏହି ରାଶିଦ୍ୱୟ

ମେଷ-
ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ । ବାରମ୍ବାର ସ୍ୱାସ୍ଥ୍ୟ ଖରାପ ଦେଖାଦେଇପାରେ । ବ୍ୟବସାୟରେ ଉଚ୍ଚ ଫଳ ପ୍ରାପ୍ତି ହେବ । ମହିଳାମାନେ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣ ହେବେ। ପରିବହନରେ ସ୍ଥିତି ମାନ୍ଦା ହେବନାହଁ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସରସ୍ୱତୀଙ୍କ ପୂଜାପାଠ କରନ୍ତୁ

ବୃଷ-
କେତେକ କ୍ଷେତ୍ରରେ ସମସ୍ୟାର ସମାଧାନ ଜନିତ ଟେନ୍ସନ ଲାଗି ରହିବ।ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ହୋଇଯିବ। ଭୁଲ୍ ବୁଝାମଣା କାରଣରୁ ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ। ସାମ୍ବାଦିକତା, ସାହିତ୍ୟ ଚର୍ଚ୍ଚା, ଲେଖାପଢ଼ା, ସଭାସମିତି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-
କର୍ମକ୍ଷେତ୍ରର ସମସ୍ୟା ଦୃଢ଼ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକ ସନ୍ଦେହ ପରିସରକୁ ଆସିଯିବେ। ବନ୍ଧୁ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତି ରକ୍ଷା କରିବେ। ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ

କର୍କଟ-
ବନ୍ଧୁଙ୍କ ଆଗରେ ମନଖୋଲା କଥା ପ୍ରକାଶ କରି ପାରିଲେ ହିଁ ଭଲ ହେବ। ପୁରାତନ ରୋଗର ପୀଡ଼ା ସାମାନ୍ୟ ଅନୁଭବ କଲେ ମଧ୍ୟ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଉଲ୍ଲସିତ ହେବେ।କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଉତ୍ତରଦାୟୀ ହେବାକୁ ପଡ଼ିପାରେ। କାର‌୍ୟ୍ୟବ୍ୟସ୍ତତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ମୁକ୍ତ ରହିବେ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ

କନ୍ୟା-
ପ୍ରତିବନ୍ଧକ ମଧ୍ୟରେ କେତେକ ସ୍ଥଗିତ କାମ ସକାଶେ ଚିନ୍ତିତ ରହିପାରନ୍ତି । ଅଫିସରେ ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା-
ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି। ଜମିଜମା, ମାଲି ମକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ। ମାନସିକ ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କ’ଣ କରିବେ କିମ୍ବା କ’ଣ ନ କରିବେ ସ୍ଥିର କରିପାରିବେ ନାହିଁ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ

ବିଛା-
ପାରିବାରିକ ଅସ୍ଥିରତାଜନିତ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମକ୍ଷେତ୍ରରେ ବନ୍ଧୁ ସହଯୋଗରେ କାମ ହାସଲ କରିବେ। ସାମାଜିକ ସ୍ତରରେ ଆଜି ଯାହାକୁ ଯାହା କହିବ ସେହି ବ୍ୟକ୍ତି କଦାପି ମନାକରିବ ନାହିଁ । ବାଣିଜ୍ୟ, ବ୍ୟବସାୟ, ଯାତ୍ରା, ବନ୍ଧୁଙ୍କ ସହ ଆଲୋଚନା ନିଷ୍ଫଳ ହେବନାହିଁ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ-
କୌଣସି କାମ ସକାଶେ ସକାଳୁ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଲାଭ କରିବେ । ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। ଅସାବଧାନତାବଶତଃ କୌଣସି ଦବ୍ର‌୍ୟ ନଷ୍ଟ ହୋଇପାରେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ପ୍ରାଥମିକ ସ୍ତରରେ ହଡ଼ବଡ଼େଇ ଗଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ପାଇବେ।ଭାଇ କିମ୍ବା ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହୋଇପାରେ। ବନ୍ଧୁ ସହ ଆନୁଷ୍ଠାନିକ କାମ ପାଇଁ ଆଲୋଚନା କରିବେ। ଜମିଜମା, ପୁରୁଣା ଗାଡ଼ି ଓ ଯାନ୍ତ୍ରିକ ଜିନିଷ କ୍ରୟ କିମ୍ବା ବିକିବା ଦିଗରେ କ୍ଷତିରେ ପଡ଼ିପାରନ୍ତି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର‌୍ୟ୍ୟ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ। ସମସ୍ୟାକୁ ପ୍ରତିହତ କରି ଆଗକୁ ବଢ଼ିବା ସକାଶେ ପଦକ୍ଷେପ ନେବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
କଠିନ ପରିଶ୍ରମ ପାଇଁ ଦେହଟା ଟିକିଏ ଭଲ ଲାଗି ନପାରେ। ପରିବାରରେ ପୁତ୍ରକନ୍ୟା ହେତୁକ ସମସ୍ୟା ଲାଗି ରହିବାରୁ ବ୍ୟସ୍ତତା ପ୍ରକାଶ କରିବେ। ଅବଶ୍ୟ ସାମାଜିକ ସ୍ତରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ବାଣିଜ୍ୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
horoscope-today-astrological-prediction-for-april-29-2025 | Argus News