|
logo
Live

Argus News - ଆଜି ଏହି ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ପଢ଼ନ୍ତୁ ଆଜିର ଆର୍ଥିକ ରାଶିଫଳ

Horoscope

ଆଜି ଏହି ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ପଢ଼ନ୍ତୁ ଆଜିର ଆର୍ଥିକ ରାଶିଫଳ

Jitendra Dash
Browse all articles by Jitendra Dash
·2 years ago·4 min read
ଆଜି ଏହି ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ପଢ଼ନ୍ତୁ ଆଜିର ଆର୍ଥିକ ରାଶିଫଳ

ଅର୍ଗସ ବ୍ୟୁରୋ : ୨୨. ଗୁରୁବାର, କଣ ରହିଛି ଆପଣଙ୍କ ଭାଗ୍ୟଫଳ । କେମିତି କଟିବ ଆପଣଙ୍କ ଦିନ । ଘରୁ ବାହାରିବା ପୂର୍ବରୁ ଦେଖିନିଅନ୍ତୁ ରାଶିଫଳ ।  
ମେଷ-
ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଜମିଜମା କାରବାର, ନିର୍ମାଣ, ପ୍ରଶାସନ, ଗଣଯୋଗାଯୋଗ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  

ବୃଷ-
ଏକାଧିକ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ପାରିବାରିକ ସ୍ତରରେ ଜିଦ୍ଖୋର ପ୍ରକୃତିରୁ ଅନର୍ଥ ସୃଷ୍ଟି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅ

କର୍କଟ-
ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି । ପୁରୁଣା ସମସ୍ୟା ତୁଟିଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ପ୍ରତିଯୋଗୀତା କ୍ଷେତ୍ରରେ ବିଜୟୀ ହେବେ ଓ କଚେରି ମାମଲା ସପକ୍ଷରେ ଯିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ଶତ୍ରୁତା ମନୋଭାବ ପୋଷଣ କରି କର୍ମ କ୍ଷେତ୍ରରେ କେହି ପ୍ରତିବାଦର ସ୍ୱର ଉତ୍ତୋଳନ କରିପାରନ୍ତି । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ବନ୍ଧୁଙ୍କ ସାହାଯ୍ୟରେ କାମ ହାସଲ କରିବେ । ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ସୁବିଧାରେ ପାଇଯିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।   ମାଲିମକନ୍ଦମାରେ ସାମାନ୍ୟ ସଫଳତା ମିଳିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-
ଇ୍ୟବସାୟରେ ଆଶା ଅନୁଯାୟୀ ଫଳ ମିଳିବ । ଆଇନ, ଅଦାଲତ  ସଫଳତା ଯୋଗୁ ମନ ଖୁସି ରହିବ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବିଛା-
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, କ୍ଷେତ୍ରରୁ ଶୁଭଫଳ ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଧନୁ-
ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି ।  ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ । ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ 

କୁମ୍ଭ-
ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ । ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।  ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ

ମୀନ-
କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି । ବ୍ୟକ୍ତିମାନେ ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ। ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର

Sponsored
ଆଜି ଏହି ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ପଢ଼ନ୍ତୁ ଆଜିର ଆର୍ଥିକ ରାଶିଫଳ | Argus News