Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

Jitendra Dash
Browse all articles by Jitendra Dash
·2 years ago·4 min read
କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

ଅର୍ଗସ ବ୍ୟୁରୋ : ଜାଣନ୍ତୁ ଆଜିର ରାଶିଫଳ। କେମିତି କଟିବ ଆଜି ଆପଣଙ୍କ ଦିନ...
ମେଷ-
ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ 

ବୃଷ-
ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ଲୋକ କଲ୍ୟାଣ କାର‌୍ୟ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର  ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ  ଯୋଜନାବଦ୍ଧ ରୂପେ କାମ କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା-
ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତୁଳା-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ରେ ଭାଗୀ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସହକର୍ମୀମାନେ କର୍ମ କ୍ଷେତ୍ରରେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ     
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –  ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-
ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ । ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଧନୁ-
ଭାତୃ ସଂପର୍କରେ ଉନ୍ନତି ଘଟିବ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ

ମକର-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ବଡ ସୁବିଧା ମିଳିବା  ଯୋଗୁଁ ଧନ ଲାଭ ହେବ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ  ଦିଅନ୍ତୁ ।  ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ରାଜନିତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ପ୍ରେମିଯୁଗଳ ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ ଆନନ୍ଦମୟ ମୂହୁର୍ତ୍ତ ସହିତ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନ ଜନକ ଘଟଣା ଦେଖାଦେବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ  କରି କାର‌୍ୟ୍ୟରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Sponsored
Horoscope Today: Astrological prediction for January 13, 2024 | Argus News