Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ: ବିଛା ରାଶି ପାଇଁ ରହିଛି ବିପଦ...

Banajyotshna Ray
Browse all articles by Banajyotshna Ray
·1 year ago·3 min read
ଆଜିର ରାଶିଫଳ: ବିଛା ରାଶି ପାଇଁ ରହିଛି ବିପଦ...

ମେଷ-
ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ । ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ଗରିବ ଲୋକଙ୍କୁ ଖାଦ୍ୟ ଏବଂ ବସ୍ତ୍ର ଦାନ କରନ୍ତୁ ।

ବୃଷ-
କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ପଡିରହିଥିବା ପୁରୁଣା ଧନ ଲାଭ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବିଷ୍ଣୁଙ୍କ ସହସ୍ର ପାଠ ନାମ କରନ୍ତୁ ।

କର୍କଟ-
ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ନିଜ ଲୋକଙ୍କ ଠାରୁ ଶୁଭ ସମାଚାର ଶୁଣିବାକୁ ପାଇବେ । ବାକି କାମରେ ବନ୍ଧୁ ସାହାର‌୍ୟ୍ୟ କରିବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳେ ଦୀପଟିଏ ଜାଳନ୍ତୁ

ସିଂହ-
ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ବାପା ମାଆଙ୍କ ସହ ସମ୍ପର୍କ ଭଲ ରହିବ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । ରାଜନିତିରେ ନିଜକୁ ଦୃଢ ରଖିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ ।ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବିଛା-
ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । କୈାଣସି କାମ ତରବରିଆ ଭାବେ କରନ୍ତୁ ନାହିଁ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-
କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ମକର-
ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ ।ରାଜନିତିରେ ସହଯୋଗ ମିଳିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ବ୍ୟବସାୟରେ ସାମାନ୍ୟ ପରିବର୍ତନ ହେତୁ ସାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସେମାନେ ଏଥିରେ ସଫଳ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ ।ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ଭାଗିଦାରି ବ୍ୟବସାୟୀ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ବିଫଳ ହେବ । ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
horoscope-today-astrological-prediction-for-may-4-2025 | Argus News