Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଏହି ରାଶିର ବ୍ୟକ୍ତି ଆଜି ନିଜ ମାଆଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ

Horoscope

Today Horoscope / ଏହି ରାଶିର ବ୍ୟକ୍ତି ଆଜି ନିଜ ମାଆଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ

Santosh Kumar Sahoo
Browse all articles by Santosh Kumar Sahoo
·6 days ago·3 min read
ଏହି ରାଶିର ବ୍ୟକ୍ତି ଆଜି ନିଜ ମାଆଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ

ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତି କରିବେ । ସାମୟିକ ଭାବରେ ଶଯ୍ୟାଶାୟୀ ହୋଇପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର- ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ

ବୃଷ

ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବା ସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର୍ଯ୍ୟକୁ ସମ୍ଭାଳି ନେବେ । ଭୂ-ସମ୍ପତିକୁ ନେଇ ବିବାଦ ଦେଖାଦେବ । ଅଫିସରେ ଆପଣଙ୍କ କାମ ଦେଖି କର୍ତ୍ତୁପକ୍ଷ ଖୁସି ହେବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।
ଶୁଭ ରଙ୍ଗ - ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

କର୍କଟ

ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ

ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଂଶସିତ ହେବେ । ଜମି, ବାହନ ଆଦି କ୍ରୟ କରି ପାରିବେ । ଦୂର ଯାତ୍ରାର ସୁଯୋଗ ପାଇପାରନ୍ତି । ରାଜନୀତିରେ ଉନ୍ନତି ହୋଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା

ଭାଇ, ଭାଇ ମଧ୍ୟରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ । ବ୍ୟବସାୟରେ ବୁଝି ବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ । ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ । କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା

କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ସଭା ସମିତି ପ୍ରଭୂତିରୁ ଆଶ୍ଵସ୍ତି ଲାଭ କରିବେ । କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର-ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ବିଛା

ପାରସ୍ପରିକ ଉତ୍ତମ ବୁଝାମଣା ଯୋଗୁ ପାରିବାରିକ ଜୀବନ ନିୟନ୍ତ୍ରଣ ମଧ୍ୟରେ ରହିବ । ପଡ଼ୋଶୀମାନଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଘର ଜାଗା ଓ ସମ୍ପତି ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ

ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ସଡ଼କ ଦୁର୍ଘଟଣାର ସମ୍ଭାବନା ରହିଛି । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର

ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ

ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ । ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ

ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ । କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Daily Horoscope Today: What Stars Say About Your Day | Argus News