Videos
|
Horoscope

କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

Jitendra Dash
Browse all articles by Jitendra Dash
·2 years ago·4 min read
କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

ଅର୍ଗସ ବ୍ୟୁରୋ : କେମିତି କଟିବ ଆଜି ଆପଣଙ୍କର ଦିନ। କଣ କହୁଛି ଆପଣଙ୍କ ରାଶିଫଳ ଜାଣି ରଖନ୍ତୁ...

ମେଷ-
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି । ନିଜ ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ ।    
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ବୃଷ-
ପରିବାରରେ କିଛିଟା ଗୋଳମାଳିଆ ପରିସ୍ଥିତି ନୂତନ ସମସ୍ୟା ସୃଷ୍ଟି କରିବ । ବିବାଦ ଧୀରେ ଧୀରେ ସୁଧୁରିବ ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଛାତ୍ରିଙ୍କୁ  ସହପାଠୀଙ୍କ  ସହଯୋଗ ମିଳିବ । ଆର୍ଥିକ ସି୍ଥତି ସୁଦୃଢ ହେବା ଯୋଗୁ  ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ 

କର୍କଟ-
ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ବେକାରୀଙ୍କୁ ଚାକିରିର ସୁଯୋଗ ଆସିପାରେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ମହତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ । ଶତୃ  ଯେତେ ସମସ୍ୟା ସୃଷ୍ଟି କରିବେ, ଆପଣଙ୍କର ସେତେ ଲାଭ ହେବ । ପରିବାର ଲୋକଙ୍କ ସହିତ ସାମାନ୍ୟ ବାଦ ବିବାଦ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । ଆପଣ ସକାରତ୍ମକ ରହିବେ । ରାଜନେତା ନୂଆ କାମ ଭାର ଗ୍ରହଣ କରିବେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-
ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇ ପାରେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ବ୍ୟବସାୟରେ  ଯୋଜନାବଦ୍ଧ ରୂପେ କାମ କରିବେ । କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତୁଳା-
ଜୀବନ ସାଥୀଙ୍କ ସହିତ ସମୟ ବିତାଇବେ । ଅଫିସ୍ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । କୈାଣସି କାମକୁ ମୂଳରୁ ଆରମ୍ଭ କରିବେ । ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ 

ବିଛା-
ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । ସାମାଜିକ ସହଯୋଗ ଲାଭ କରିବେ । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ । ଜମି ସମସ୍ୟା ସମାଧାନ ହେବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଧନୁ-
ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାର‌୍ୟ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ 

ମକର-
ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅସ୍ଥିରତା କାରଣରୁ କୈାଣସି କାର‌୍ୟ୍ୟକୁ ଠିକ ଭାବରେ କରିପାରିବେ ନାହିଁ ।  ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ  କରିବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
ଘରକୁ ସଜାଇବାରେ ସମୟ କଟାଇବେ । ବନ୍ଧୁଙ୍କ ସହିତ ମିଶି କିଛି ନୂତନ ଯୋଜନ। କରି  ପାରନ୍ତି । ନୂତନ ସ୍ଥାନ ପରିଭ୍ରମଣ  କରି ପାରନ୍ତି । ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି  
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ । ଯାନବାହନ ଓ ଗୃହଭୂମି ଲାଭ  ହୋଇପାରେ । ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଅଧିକ ପଢନ୍ତୁ ରାଶିଫଳ ଖବର

Sponsored
Horoscope Today: December 23, 2023 | Argus News