|
logo
Live

Argus News - ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Horoscope

ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Jitendra Dash
Browse all articles by Jitendra Dash
·2 years ago·4 min read
ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

ଅର୍ଗସ ବ୍ୟୁରୋ : ୧୧.ରବିବାର : କେମିତି କଟିବ ଆଜିର ଦିନ ଜାଣିବାକୁ ଚାହୁଁଛନ୍ତି କି ? ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ ।
ମେଷ-
ବନ୍ଧୁ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ରାଜନିତିରେ କୈାଣସି ପଦକ୍ଷପ ଗ୍ରହଣ କରିପାରନ୍ତି । ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ରୋଜଗାର ହିନ ବ୍ୟକ୍ତିଙ୍କୁ ରୋଜଗାରର  ସୁଯୋଗ ମିଳିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ    

ମିଥୁନ-
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ ।  ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ-
ଦାମ୍ପତ୍ୟ ଜୀବନରେ ସାମଞସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ଯେଉଁ କାମ କରିବାକୁ ଚାହିବେ ତାହା ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।   ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  

ସିଂହ-
ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା-
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରୁଥିଲେ ବି କର୍ମ ତତ୍ପର ରହିବେ । ଚାକିରିଆ ବ୍ୟକ୍ତି ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତୁଳା-
ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ଓ ଆର୍ଥିକ ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ସକଳ ଗୁଣର ଆଧାର ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି ।     
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା-
ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ । ଛାତ୍ରଛାତ୍ରି ମାନେ ଉଚ୍ଚଭିଳାଷୀ ହେବେ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ ।  
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ-
ବୈବାହିକ ଜୀବନରେ ମଧୁରତା ଆସିପାରେ ।  କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ଜରୁରୀ କାମକୁ  ମିତ୍ରଙ୍କ ସହାୟତାରେ ପୂରଣ ହେବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି ।  ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।  ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ଉତ୍ସାହିତ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମୀନ-
ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ   ମାନଙ୍କର  ଶ୍ରଦ୍ଧା ଲାଭ କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Sponsored
ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି... | Argus News