Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜିର ରାଶିଫଳ, ଖୁବ ଶୀଘ୍ର ବଦଳିବ ଏହି ରାଶିର ଭାଗ୍ୟ

Horoscope

ଆଜିର ରାଶିଫଳ, ଖୁବ ଶୀଘ୍ର ବଦଳିବ ଏହି ରାଶିର ଭାଗ୍ୟ

Jitendra Dash
Browse all articles by Jitendra Dash
·2 years ago·3 min read
ଆଜିର ରାଶିଫଳ, ଖୁବ ଶୀଘ୍ର ବଦଳିବ ଏହି ରାଶିର ଭାଗ୍ୟ

ଅର୍ଗସ ବ୍ୟୁରୋ : ୧୯. ସୋମବାର, କେମିତି କଟିବ ଆଜି ଆପଣଙ୍କ ଦିନ। ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ।
ମେଷ-
ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ 

ବୃଷ-
ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ସମ୍ମାନିତ ହେବେ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ  ସୁଯୋଗ ମିଳିପାରେ ।  ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

କର୍କଟ-
ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।  ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

କନ୍ୟା-
ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସକାଳୁ  କୁକୁର, କାଉକୁ ଖାଇବାକୁ ଦିଅନ୍ତୁ    

ତୁଳା-
ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର‌୍ୟ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବିଛା-
ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତି ଲାଭପ୍ରଦ ହେବ । ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ଶିଳ୍ପ, ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଅତୀତ କଥାକୁ ଚିନ୍ତାକରି ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତିି ସେମିତି କିଛି ହେବନି । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-
ପ୍ରେମ ପ୍ରସଂଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର  ଲାଭ ମିଳିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ହେବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ 

କୁମ୍ଭ-
ଆପଣ କାନ୍ଧରେ ଆଘାତ ପାଇ ପାରନ୍ତି । ରପ୍ତାନି କାରବାର ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଧାର ଦେଇଥିବା ପଇସା ଫେରସ୍ତ ପାଇବେ ।  ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ମୀନ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ  ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ  ବିରକ୍ତ ରୁହନ୍ତୁ ନାହିଁ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର

Sponsored
Horoscope Today, February 19, 2024: Read your daily astrological predictions | Argus News