Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ରାଶିଫଳ ଖବର: ଭାଗ୍ୟ ବଦଳିବ ଏହି ରାଶିଦ୍ୱୟର

Banajyotshna Ray
Browse all articles by Banajyotshna Ray
·5 months ago·3 min read
ରାଶିଫଳ ଖବର: ଭାଗ୍ୟ ବଦଳିବ ଏହି ରାଶିଦ୍ୱୟର
Horoscope

Key Points

ଆଜିର ରାଶିଫଳ ଖବର ଜାଣନ୍ତୁ
ବଦଳିଯିବ ଏହି ରାଶିର ଭାଗ୍ୟ
ମେଷ-
ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହଜନକ ରହିବେ । ଖେଳ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । କୋର୍ଟ କଚେରୀ ମାମଲା ଠାରୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ-
ଛୋଟ ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ । ମାଲିମକଦ୍ଦମା କ୍ଷେତ୍ରରେ ଉତମ ଫଳ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ସହିତ ଯାତାୟତ କରିବା ଉଚିତ୍ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ସିଂହ-
କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା-
ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ କ୍ଷ ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଗରିବଙ୍କୁ କିଛି ଖାଦ୍ୟ ଦାନ କରନ୍ତୁ

ତୁଳା-
ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା କରିବାରେ ମନରେ ଦ୍ୱନ୍ଦ ଆସିବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ବିଛା-
କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ଦୁର୍ଘଟଣାର ଶିକାର ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ମକର-
ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି ଜ୍ଝ ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ ଜ୍ଝ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି। ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

କୁମ୍ଭ-
ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷା କ୍ଷେତ୍ରରେ ସୁନାମ , ପିଲାମାନଙ୍କ ସଫଳତାରେ ଆନନ୍ଦିତ ହେବେ । ସଭା ସମିତିରୁ ଉପକୃତ ହେବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ-
ବାଣିଜ୍ୟ ବ୍ୟବସାୟ ମଧ୍ୟମ ଧରଣର ରହିବ । ପ୍ରେମ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ଅଧିକ ପଢ଼ନ୍ତୁ ରାଶିଫଳ ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Horoscope | The day brings monetary gains, career opportunities | Argus News