କେମିତି କଟିବ ଆପଣଙ୍କ ଦିନ, ଜାଣନ୍ତୁ କଣ କହୁଛି ରାଶିଫଳ

ଅର୍ଗସ ବ୍ୟୁରୋ: ଆଜିର ରାଶିଫଳ। କେମିତି କଟିବ ଆଜି ଆପଣଙ୍କ ଦିନ ଜାଣନ୍ତୁ।
ମେଷ-
ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ଭଲ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବଜାୟ ରଖିବେ । ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ଅଧିକ ନିରାପଦ ଅନୁଭବ କରିବେ । ମନକୁ ସ୍ଥିର କରି ନୂଆ ବ୍ୟବସାୟ ଆରମ୍ଭ କରିବେ । ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ । ଯାନ,ବାହନ କରିବାରେ ଆଗ୍ରହ ବଢିବ । ମହିଳା ମାନେ କୈାଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ । ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
କନ୍ୟା-
ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । ବିରୋଧି ମାନେ ଆପଣଙ୍କ ପାଖକୁ ଆସିବା ପାଇଁ ଭୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗରିବ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ
ତୁଳା-
ଶରୀରରେ ଆଘାତ ପାଇ ପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ । ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ । ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ମାଙ୍ଗଳିକ କାର୍ୟ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।ଶିକ୍ଷାକ୍ଷେତ୍ରରେ ବିଶୃଖଂଳା ଉପୁଜିପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର-
କୈାଣସି କାର୍ଯ୍ୟର ସମାଧାନ ହୋଇଯିବ । ମାଙ୍ଗଳିକ କାର୍ଯ୍ୟରେ ମନ ଯୋଗଦେବେ । ସୁସ୍ଥ ଅନୁଭବ କରିବେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡି ଗାତ ଖାଦ୍ୟ ପକାନ୍ତୁ
କୁମ୍ଭ-
ପରିବାରରେ ଚିନ୍ତା ବଢିପାରେ । ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ । ମୋହରେ ପଡି ଅପଦସ୍ତ ହେବେ । ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ପରିବାରରେ ଅଶାନ୍ତି ଦେଖାଦେବ । ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ।
ଅଧିକ ପଢ଼ନ୍ତୁ ରାଶିଫଳ ଖବର:
