Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope Today / ଆଜି ମଙ୍ଗଳ କରିବେ କୃପା ବର୍ଷିବ ଟଙ୍କା

Banajyotshna Ray
Browse all articles by Banajyotshna Ray
·6 months ago·3 min read
ଆଜି ମଙ୍ଗଳ କରିବେ କୃପା ବର୍ଷିବ ଟଙ୍କା
Horoscope Today

Key Points

ଆଜିର ରାଶିଫଳ ଖବର
କେମିତି କଟିବ କାହାର ଦିନ
ଏହି ରାଶି ପାଇଁ ଆଜି ଟଙ୍କା ବର୍ଷା
ମେଷ-
ଦୀର୍ଘଦିନରୁ ପ୍ରତୀକ୍ଷିତ ଖବର ପାଇବା ସାଙ୍ଗକୁ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ଚେଷ୍ଟା କରୁଥିବା କାମରେ ସଫଳତା ମିଳିପାରେ। ଜମିଜମା, କଚେରି ମାମଲା, ରାଜନୈତିକ କ୍ଷେତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରନ୍ତୁ

ବୃଷ-
ପାରିବାରିକ ଜୀବନ ସୁଖମୟ ହେବ। ପ୍ରେମ ଜୀବନ ଭଲ ରହିବ।ଅଫିସ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ତର୍କ, ଆଲୋଚନା, ଆନୁଷ୍ଠାନିକ କାମରେ ସଫଳତା ଅବଶ୍ୟ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ଦୀର୍ଘ ଦିନ ଧରି ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ଯିବା ବାଟରେ ଅପ୍ରିୟ ସତ୍ୟ କହିବା ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ଅର୍ଥ ସମ୍ପର୍କକୁ ନେଇ ବିବାଦ ଦୂରେଇ ଯାଇପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
ଅଫିସରେ କାମର ବୋଝ ବଢ଼ିପାରେ। ପାରିବାରିକ କାମ ସଂପୂର୍ଣ୍ଣ କରିବାରେ ପରିବାର ଲୋକଙ୍କ ସହଯୋଗ ପାଇବେ। ଆପଣଙ୍କୁ ଲାଭର ଅବସର ମିଳିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। କର୍ମକ୍ଷେତ୍ରରେ ନୀତିଗତ କାମରୁ ପ୍ରଶଂସା ପାଇବେ କିନ୍ତୁ ପୂର୍ବପ୍ରସ୍ତୁତିରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ପରିବାରରେ ସମସ୍ୟା ସମାଧାନ ଦିଗରେ ଚେଷ୍ଟା କଲେ ସଫଳତା ପାଇବେ । ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ଦୂରଯାତ୍ରା କରିପାରନ୍ତି । ଉନ୍ନତ ଚିନ୍ତାଧାରା ସହିତ ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୋଗସୂତ୍ର ସ୍ଥାପନ କରି କାର୍ଯ୍ୟ ହାସଲ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ବ୍ୟବସାୟୀଙ୍କୁ ଧନଲାଭ ହେବ। ସିଭିଲ୍ ଇଂଜିନିୟରଙ୍କୁ କୌଣସି ବଡ଼ ଉଦ୍ୟୋଗରେ ଚାକିରି ପାଇଁ ଡ଼ାକରା ଆସିପାରେ। ଶତ୍ରୁ ଦବି ରହିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-
ପ୍ରତିଦ୍ୱନ୍ଦିତା ବୃଦ୍ଧି କାରଣରୁ ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡିବ । କର୍ମ କ୍ଷେତ୍ରରେ ସାଧାରଣ କଥାରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ । ଆଶା କରିଥିବା ଦିଗରୁ ଅର୍ଥ ମିଳିବାର ସମ୍ଭାବନା ଅଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଆଦି କ୍ଷେତ୍ରରୁ ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ବିଛା-
ମହତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ତାହା ପୂରା ହୋଇଯିବ। ଓକିଲଙ୍କ ଲାଗି ଦିନଟି ବହୁତ ଭଲ। ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ। ଘର ସଜାଇବା କାମ କରାଇବେ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଧନୁ-
ନିଜ ଲୋକଙ୍କ ବିରୁଦ୍ଧାଚରଣ ପରିବେଶକୁ ଖରାପ କରିରଖିବ । ବ୍ୟବସାୟିକ, ସାମାଜିକ, ଅଭିବୃଦ୍ଧି ବୃଦ୍ଧି ପାଇବାରୁ ସାମୟିକ ଖୁସି ରହିବେ । ଈର୍ଷାପରାୟଣ ହୋଇ ସମ୍ପର୍କୀୟ ମାନେ ଭଲ କାମକୁ ନ ଦେଖି ଦୋଷତ୍ରୁଟି ଗାଇ ବୁଲିବେ । ଅତୀତ ଘଟଣାକୁ କେନ୍ଦ୍ର କରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ମକର-
କଳାତ୍ମକ କାର‌୍ୟ୍ୟରେ ରୁଚି ବଢ଼ିବ। କୌଣସି କାମରେ ଜୀବନସାଥୀର ସହଯୋଗ ପାଇବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ସୁଯୋଗ ପାଇବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ସ୍ମରଣୀୟ। ଅପେକ୍ଷା କରିଥିବା ଲୋକଟିର ଦେଖା ନ ପାଇବାରୁ ବିରକ୍ତି ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
କେତେକ କାମର ପରିକଳ୍ପନା କରି ତାହାକୁ ଆରମ୍ଭ କରିବାର ମନସ୍ଥ କରିପାରନ୍ତି। ଘରୋଇ କାମରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବନ୍ଧୁଙ୍କ ବିପରୀତ ଆଚରଣରେ ଦୁଃଖୀ ହେବେ। ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତିରେ ପ୍ରତିବନ୍ଧକଜନିତ କେତେକ ପରିସ୍ଥିତିରୁ ଚିନ୍ତିତ ରହିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ମୀନ-
କୌଣସି କାମରେ ଅଧିକ ଯାତୟାତ କରିବାକୁ ପଡ଼ିପାରେ। ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। ରାଜନୀତିରେ ସଫଳତା ପାଇବେ। କାହାରିକୁ ଧାର ଦେଲେ ଆର୍ଥିକ ସ୍ଥିତି ଦୁର୍ବଳ ହେବ। ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Horoscope Today | A lucky break may bring unexpected income | Argus News | Argus News