ଜାଣନ୍ତୁ ଆଜିର ରାଶିଫଳ, ଏହି ରାଶି ସୂର୍ଯ୍ୟଙ୍କ ପୂଜା କରନ୍ତୁ...

Key Points
ଜାଣନ୍ତୁ ଆଜିର ରାଶିଫଳ
ସତର୍କ ରୁହ ଏହି ଦୁଇ ରାଶି
ବାହାରକୁ ବାହାରିବା ବେଳେ ଆପଣାନ୍ତୁ ଏହି ଜିନିଷ
ମେଷ-
ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ-
କର୍ମକ୍ଷେତ୍ରରେ ଗୁରୁତ୍ୱ ପୂର୍ଣ୍ଣ ନିସ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଆଚାର ବ୍ୟବହାର କଥାବାର୍ତାରେ ନିୟନ୍ତ୍ରଣ ନ ରଖିଲେ କୌଣସି ଭୁଲ୍ କାମ କରି ଅନୁତାପ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଭୋକିଲା ଲୋକଙ୍କୁ ନିରାଶ କରନ୍ତୁ ନାହିଁ
ମିଥୁନ-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । ବେପାର ବୃତିରେ ସଫଳତା ହାସଲ କରିବେ
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପାରିବାରିକ ଚାପର ସମ୍ମୁଖୀନ ହେବାକୁ ପଡିବ । ନୂତନ କାର୍ଯ୍ୟ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍ । ସମ୍ମୁଖକୁ ଆସୁଥିବା ସବୁ ଆହ୍ୱାନର ଦୃଢ ମୁକାବିଲା କରିବେ । ଅଫିସ କାମ ସଂପୂର୍ଣ୍ଣ କରିବା ପାଇଁ ବ୍ୟସ୍ତ ରହିବେ । ପାଖଲୋକଙ୍କ ଠାରୁ ଖୁସି ଖବର ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
କନ୍ୟା-
ଜୀବନ ସାଥୀଙ୍କ ସହ ଦିନ ଭଳରେ କାଟିବେ ।ନିଜର କ୍ରୋଧ ଉପରେ ନିୟତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶିକ୍ଷା କ୍ଷେତ୍ରରେ ବିଦ୍ୟାର୍ଥୀମାନେ ସୁନାମ ଅର୍ଜନ କରିବେ । ଭାଇ ଭାଇ ଭିତରେ ଛୋଟ କଥାକୁନେଇ କଳହ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କ ର ସାହାର୍ଯ୍ୟ ସହଯୋଗ ମିଳିବ । ନୂଆ ବେପାରରେ ସାମିଲହେବାର ସୁ୍ଯୋଗ ପାଇପାରନ୍ତି । ରାଜନେତାଙ୍କ ଲାଗି ଭଲ ଦିନଟିଏ । ଛାତ୍ର ଛାତ୍ରୀମାନେ ପଢାରେ ମନ ଦେବେ ନାହିଁ । ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ବ୍ୟବସାୟରେ ନାନା ପ୍ରକାର ସୁବିଧା ସୁଯୋଗ ମିଳିବ । ଦୀର୍ଘ ଦୀନରୁ ଲାଗିରହିଥିବା ଚିନ୍ତା କମ୍ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ବନ୍ଧୁ ଓ ପରିବାର ଲୋକଙ୍କ ସହିତ ହସ ଖୁସିରେ ସମୟ ବିତିବ । ଗାୟକଙ୍କ ଲାଗି ଭଲ ଦିନଟିଏ । ରାଜନୀତିରେ ପଦୋନ୍ନତି ମିଳିବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ସମ୍ପର୍କୀୟ ବନ୍ଧୁଙ୍କ ସାହାର୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ର ଛାତ୍ରୀମାନେ ପଢାରେ ମନଦେବେ ନାହିଁ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ