Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆର୍ଥିକ କ୍ଷତି ବା ଲାଭ ମଧ୍ୟ ରାଶି ଅନୁସାରେ ଫଳପ୍ରାପ୍ତି ହୋଇଥାଏ, ଆପଣଙ୍କ ରାଶି ଅନୁସାରେ ଜାଣନ୍ତୁ ଆର୍ଥିକ ସ୍ଥିତି

Horoscope

ଆର୍ଥିକ କ୍ଷତି ବା ଲାଭ ମଧ୍ୟ ରାଶି ଅନୁସାରେ ଫଳପ୍ରାପ୍ତି ହୋଇଥାଏ, ଆପଣଙ୍କ ରାଶି ଅନୁସାରେ ଜାଣନ୍ତୁ ଆର୍ଥିକ ସ୍ଥିତି

Jitendra Dash
Browse all articles by Jitendra Dash
·2 years ago·4 min read
ଆର୍ଥିକ କ୍ଷତି ବା ଲାଭ ମଧ୍ୟ ରାଶି ଅନୁସାରେ ଫଳପ୍ରାପ୍ତି ହୋଇଥାଏ, ଆପଣଙ୍କ ରାଶି ଅନୁସାରେ ଜାଣନ୍ତୁ ଆର୍ଥିକ ସ୍ଥିତି

ଅର୍ଗସ ବ୍ୟୁରୋ : ୦୬ ବୁଧବାର : ଏହି ରାଶିରେ ରହିଛି ଧନଲାଭ ଯୋଗ, ଜାଣନ୍ତୁ ଆଜିର ରାଶିଫଳ
ମେଷ-
କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମ ଗୁଡିକ  ସମ୍ପୂର୍ଣ୍ଣ ହୋଇଯିବ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ।ପ୍ରେମୀ ଯୁଗଳ ଙ୍କ ସମ୍ପର୍କ ମଧୁର ରହିବ । ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ଯାନବାହାନ ସତର୍କତା ସହ ଚଲାନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପ୍ରଭୁ ଜଗନ୍ନାଥଙ୍କର ପ୍ରସାଦ ସେବନ କରନ୍ତୁ

ବୃଷ-
ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। 
ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ପୂରଣ ହୋଇଯିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।ବାଣିଜ୍ୟ, କାରବାର ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ। ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ 

ମିଥୁନ-
ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଛାତ୍ର ଛାତ୍ରୀମାନେ ପଢାରେ ମନଦେବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଆଜି ଦିନଟି ବନ୍ଧୁମେଳରେ କଟିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କର୍କଟ-
ପରିବାରର ସମସ୍ତ ବ୍ୟକ୍ତି ମନ୍ଦିର ଭ୍ରମଣ ପାଇଁ ଯିବେ । ବ୍ୟବସାୟରେ ଅତ୍ୟଧିକ ଲାଭବାନ୍ ହେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ସିଂହ-
ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତି ଅନୁଭବ କରିବେ।  କୌଣସି ମୂଲ୍ୟବାନ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର  ଶ୍ରଦ୍ଧା ଲାଭ କରିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଫଟୋ କୁ ପୂଜା କରନ୍ତୁ

କନ୍ୟା-
ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭଦାୟକ ନୁହେଁ ।
ଅଫିସରେ କାହାକୁ କିଛି ନକହି ମନ କଥା ମନରେ ମାରି ରହିବାକୁ ପଡିପାରେ ।  ସଭାସମିତିରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତୁଳା-
ବନ୍ଧୁମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇପାରନ୍ତି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହେବେ । କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ଅଫିସର ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ । ତରବରିଆ ପଦକ୍ଷେପ ନେଲେ ଅସୁବିଧା ଦେଖାଦେଇପାରେ ।  ଦୂର ଯାତ୍ରା ସମୟରେ ଝଗଡାର ସମ୍ଭାବନା ଅଛି । ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯  
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 

ଧନୁ-
ଅଫିସର ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ । ତରବରିଆ ପଦକ୍ଷେପ ନେଲେ ଅସୁବିଧା ଦେଖାଦେଇପାରେ । ରାଜନୀତିରେ ଲୋକ ସମର୍ଥନ ରହିବା ଯୋଗୁ ଆଗେଇ ଯାଇପାରନ୍ତି । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଜଟିଳ ପରିସ୍ଥିତି ସୃଷ୍ଟି ହୋଇପାରେ ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମ  ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର-
ପରିବାର ଭତରେ ସମସ୍ତେ ହସ ଖୁସିରେ ଦିନ କାଟିବେ । ଆନୁଷ୍ଠାନିକ କ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । କ୍ରୀଡ଼ା ଓ କଳା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଛାତ୍ର ଛାତ୍ରୀମାନେ ବିଭିନ୍ନ ଜାଗାରେ ସମ୍ମାନୀତ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର‌୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଛୋଟ  ଛୋଟ କଥାକୁ କେନ୍ଦ୍ରକରି ପରିବାର ଭିତରେ ଯୁକ୍ତିତର୍କ ହୋଇପାରେ ।  ରାଜନୀତି, ସଭାସମିତି, ପ୍ରଶାସନ କ୍ଷେତ୍ରରେ ଲୋକମାନଙ୍କ ସହ ଭଲ ସମ୍ପର୍କ ଗଢିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ। ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus Whatsapp Channel Mobile Top
Sponsored
Are the stars lined up in your favour? Find out the astrological prediction for Aries, Leo, and other zodiac signs for March 6, 2024. All zodiac signs have their own characteristics and traits which define someone’s personality. Wouldn’t it be helpful if | Argus News