Videos
|
Horoscope

Today Horoscope / ଆଜିଠାରୁ ଭାଗ୍ୟ ବଦଳିବ, ଧନଲାଭ ସହ ମିଳିବ ଖୁସିର ଖବର

Santosh Kumar Sahoo
Browse all articles by Santosh Kumar Sahoo
·2 hours ago·3 min read
ଆଜିଠାରୁ ଭାଗ୍ୟ ବଦଳିବ, ଧନଲାଭ ସହ ମିଳିବ ଖୁସିର ଖବର
Today Horoscope

Key Points

ଆଜି କେମିତି କଟିବ ଦିନ ?
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ମେଷ
କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତୀର୍ଣ୍ଣ ହେବେ । ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ

ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ସମ୍ମାନିତ ହେବେ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ନୂଆ କଳାକୌଶଳ ଶିଖିବାକୁ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ

କର୍ମକ୍ଷେତ୍ରରେ ବ୍ୟସ୍ତତା ହେତୁ ପରିବାରରେ ଅଶାନ୍ତି ଉପୁଜବ । ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ । ରାଜନୈତିକ ସ୍ଥିତି ସଂଘର୍ଷମୟ ରହିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ

ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ

କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମ ଗୁଡିକ ସମ୍ପୂର୍ଣ୍ଣ ହୋଇଯିବ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ । ପ୍ରେମୀ ଯୁଗଳଙ୍କ ସମ୍ପର୍କ ମଧୁର ରହିବ । ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ । ଯାନବାହାନ ସତର୍କତା ସହ ଚଲାନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଫଟୋ କୁ ପୂଜା କରନ୍ତୁ

କନ୍ୟା

ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଛାତ୍ରଛାତ୍ରୀ କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ

ତୁଳା

ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତି ଅନୁଭବ କରିବେ । କୌଣସି ମୂଲ୍ୟବାନ ଜିନିଷଟି ନପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି । ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ । ପିଲାମାନେ ଅସୁସ୍ଥତା ବଶତଃ କତ୍ତବ୍ୟରେ ତ୍ରୁଟି କରିପାରନ୍ତି । ଚାକିରୀଆମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା

ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାଯ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତି ଲାଭପ୍ରଦ ହେବ । ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ

ଅଫିସର ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ । ତରବରିଆ ପଦକ୍ଷେପ ନେଲେ ଅସୁବିଧା ଦେଖାଦେଇପାରେ । ରାଜନୀତିରେ ଲୋକ ସମର୍ଥନ ରହିବା ଯୋଗୁ ଆଗେଇ ଯାଇପାରନ୍ତି । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଜଟିଳ ପରିସ୍ଥିତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର

ପ୍ରେମ ପ୍ରସଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ହେବ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ

ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ପୂରଣ ହୋଇଯିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ବାଣିଜ୍ୟ, କାରବାର ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ । ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ

ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରୀମାନେ ପଢାରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ