Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଏହି ରାଶିର ବ୍ୟକ୍ତି ବାହାରେ ରହୁଥିଲେ ଆଜି ଘରକୁ ଯାତ୍ରା କରିବେ ନାହିଁ

Rashmita Mishra
Browse all articles by Rashmita Mishra
·2 months ago·3 min read
ଏହି ରାଶିର ବ୍ୟକ୍ତି ବାହାରେ ରହୁଥିଲେ ଆଜି ଘରକୁ ଯାତ୍ରା କରିବେ ନାହିଁ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 

ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ସାମୟିକ ବିଚଳିତ ହେବେ। କର୍ମକ୍ଷେତ୍ରରେ କେତେକ କାର‌୍ୟ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ । ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରିବେ । ବିବାଦୀୟ ପରିସ୍ଥିତିରେ ନିଜ ଘର ଅପେକ୍ଷା ବାହାର ଲୋକ ଆପଣଙ୍କ ପକ୍ଷ ସମର୍ଥନ କରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
ଯେକୌଣସି ପ୍ରକାରର ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । କର୍ମକ୍ଷେତ୍ରରେ ଆଦାନ ପ୍ରଦାନ ପାଇଁ ଏକ ସୁଯୋଗ ଆସିପାରେ । କ୍ୟାରିୟର ଦୃଷ୍ଟିରୁ ବହୁତ ଭଲ ଫଳାଫଳ ପାଇବେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି । ବହୁତ ଦିନରୁ ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଆପଣଙ୍କ ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍ଭାବ ବଢ଼ିବ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଶାରୀରିକ କ୍ଲେଶ ଦ୍ୱର ହେବା ସହିତ ପୁରାତନ ରୋଗର ଉପସମ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ଆଧାତ୍ମିକ ଦିଗ ପ୍ରତି ଅନୁପ୍ରାଣିତ ହୋଇପାରନ୍ତି । ଆପଣ ବିଦେଶୀ ଯୋଗାଯୋଗରୁ ମଧ୍ୟ ଲାଭ ପାଇବେ ଏବଂ ବ୍ୟବସାୟରେ ବୃଦ୍ଧି ହେବାର ସମ୍ଭାବନା ରହିଛି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ ଯାଉଥିବା କୌଣସି ଆତ୍ମୀୟଙ୍କ ପାଇଁ ମନ ଦୁଃଖ ହୋଇପାରେ।ଅଶାନ୍ତିଜନିତ ମାନସିକ ଯନ୍ତ୍ରଣା କେତେକାଂଶରେ ବନ୍ଧୁଙ୍କ ଆଶ୍ୱାସନାରୁ ଉପଶମ ହେବ। ସାମାଜିକ ସ୍ତରରେ ସମସ୍ୟା ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ପୁରୁଣା କମ୍ପାନୀକୁ ଛାଡି ନୂଆ କମ୍ପାନୀରେ ଯୋଗ ଦେବାକୁ ନିଷ୍ପତି ନେଇପାରନ୍ତି । ପରିବାର ସଦସ୍ୟ ମାନଙ୍କ ଭିତରେ ସମନ୍ୱୟ ଭଲ ରହିବ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଗୁରୁତ୍ୱପୂର୍ଣ୍ଣ ଲୋକଙ୍କ ସହ ସାକ୍ଷାତ ହେବ । ସବୁ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ତୁଳା-
ପାରିବାରିକ ସମ୍ପର୍କ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ। କର୍ମକ୍ଷେତ୍ରରେ ପ୍ରଶାସନିକ କିମ୍ବା ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ଚେଷ୍ଟା କରିବେ। ମନ ବୁଝିଲା ଭଳି କଥା କହି ପରକୁ ଆପଣେଇ ନେବା । କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହୋଇପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ରପାଠ କରନ୍ତୁ

ବିଛା-
ବିବାହ ଜୀବନରେ ପ୍ରେମ ବଢିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ସମ୍ପତି ମାମଲା ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଧନୁ-
ପରିବାରରେ ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିପାରନ୍ତି। ଯଥା ସମୟରେ ସବୁ କାମ ସମ୍ପନ୍ନହେବାରୁ ମନ ଖୁସି ହୋଇଯିବ । କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମନ ମୁତାବକ ଭୁମି ଚୟନ କରି ତାକୁ କ୍ରୟ କରିବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ବିବାହିତଙ୍କ ପାଇଁ ଦିନଟି ଶୁଭ ରହିବ । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ସକାରତ୍ମକ ଶକ୍ତିରେ ପୂର୍ଣ୍ଣ ରହିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି । ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଯେକୈାଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର‌୍ୟ୍ୟ ହେବେ। ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବେ। ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ। କୌଣସି ଜିନିଷ ପାଇବାକୁ କେନ୍ଦ୍ରକରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ଦାମ୍ପତ୍ୟ ଜୀବନରେ ଖୁସି ରହିବା ସହିତ ସାମଞସ୍ୟ ବଜାୟ ରହିବ। ନୂତନ ଭାବରେ ଭୂମି ବା ଗୃହ କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନେ ନିଜର ଜୀବନ ଶୈଳିରେ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Horoscope Alert: These Zodiac Signs Should Avoid Traveling Home Today | Argus News