Horoscope / ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ ଏମାନେ

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ । ଲେଖକଙ୍କ ଲାଗି ଭଲ ଦିନଟିଏ । କାରବାରରେ ଲାଗିରହିଥିବା ସମସ୍ୟାର ନିବାରଣ ହେବ । ଯୋଗ୍ୟ ସନ୍ତାର ବିବାହ ବିଷୟରେ ଆଲୋଚନା ହୋଇପାରେ । ମହିଳା ମାନେ କଠିନ ପରିଶ୍ରମ କରିବେ । ବ୍ୟବସାୟରେ ଆଶାଜନକ ଫଳ ମିଳିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
ସହକର୍ମୀ ମାନେ ଜାଣିଶୁଣି ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତି ହେବେ ଏବଂ ସଫଳତା ଅବଶ୍ୟ ପାଇବେ । ପାରିବାରିକ ଦ୍ୱନ୍ଦ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି । ପାଖରେ ନ ଥିବା ଜିନିଷଟି ପାଇବା ସକାଶେ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ
ମିଥୁନ-
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ । ଗୃହସୀମାକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ । ଆତ୍ମ ସମ୍ମାନ ଉପରେ ଆପୋଷ ବୁଝାମଣା କରନ୍ତୁ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ଖାଇବାକୁ ଦିଅନ୍ତୁ
କର୍କଟ-
ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡାର ସମ୍ଭାବନା ରହିଛି । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସାହାର୍ଯ୍ୟରୁ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ । ଅଟକି ରହିଥିବା ନିର୍ମାଣଧୀନ କାମଟିକୁ ଅରମ୍ଭ କରିବାକୁ ମନ ବଳାଇ ଖୁସି ହେବେ । କଚେରି ମାମଲାରେ ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ଜୀବନ ସାଥୀଙ୍କ ସମର୍ଥନ ଓ ବନ୍ଧୁ ଙ୍କ ପ୍ରେରଣା ଅନେକ ଚିନ୍ତାକୁ ଦୂରେଇ ଦେବ । ରାଜନୈତିକ କ୍ଷେତ୍ରରେ ବାଦ ବିବାଦ ଠାରୁ ଦୂରେଇ ରହିବା ଉଚିତ୍ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
କଠିନ ପରିଶ୍ରମ ଦେହଟା ଟିକିଏ ଭଲ ଲାଗି ନ ପାରେ । ପାରିବାରିକ ସମସ୍ୟା କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି । ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ଦାମ୍ପତ୍ୟ ସଂମ୍ପର୍କରେ ପରସ୍ପର ପ୍ରତି ସମର୍ପିତ ହୋଇ ଶାନ୍ତି ପାଇବେ । ଆପଣଙ୍କ ବିଚାର ସକାରାତ୍ମକ ରହିବ । ଯାହାବି କାମ କରିବେ ସଫଳତା ପାଇବେ ।ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ପିଲାମାନେ ପିତା ମାତାଙ୍କ ମୁଣ୍ଡ ଉପରକୁ ହେଲାଭଳି କାମ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ
ବିଛା-
ପାରିବାରିକ ଅଶାନ୍ତି ଜନିତ ମାନସିକ ଅସୁସ୍ଥତାକୁ ବଢ଼ାଇଦେଇପାରେ। କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପୂର୍ବ ନିର୍ଦ୍ଧାରିତ କାର୍ୟ୍ୟସୂଚୀ ଅନୁଯାୟୀ ଆଜିର କାମ କରିବାରେ ସଫଳତା ପାଇବେ। ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ପାଣିରେ ଲୁଣ ମିଶାଇ ଘରକୁ ପୋଛନ୍ତୁ
ଧନୁ-
କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ବ୍ୟବସାୟରେ ଆଶାଠୁ ଅଧିକ ଲାଭ ପାଇବେ । ଅଫିସ୍ କାମ ଅତିଶୀଘ୍ର ସଂପୂର୍ଣ୍ଣ କରିବେ । ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ମକର-
ଆର୍ଥିକ ସ୍ଥିତି ପୂର୍ବପରି ଲାଗି ରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ। ଘର ପାଇଁ ହେଉ କିମ୍ବା ବନ୍ଧୁ ପାଇଁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତିତର୍କ ଠିକ୍ ହେବନାହିଁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ପରିବାରରେ ସମସ୍ତେ ହସ ଖୁସିରେ ଦିନ କାଟିବେ । ଶିକ୍ଷା କ୍ଷେତ୍ରରେ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମୀନ-
ଆଶା ପୂରଣ ହେତୁ ମାନସିକ ସ୍ଥିତି ପ୍ରାୟତଃ ଠିକ୍ ରହିବ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ଭଲ ରହିବ । ଆଜି ଟିକିଏ କଥାରେ କ୍ରୋଧ ପ୍ରକାଶ କରି ପରିବେଶକୁ ଗମ୍ଭୀର କରିଦେଇପାରନ୍ତି। କର୍ମକ୍ଷେତ୍ରକୁ ଯିବା ବାଟରେ ଅପ୍ରିୟ ସତ୍ୟ କହିବା ସମସ୍ୟା ସୃଷ୍ଟିର କାରଣ ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ
📱 Get Argus News App
✨Related Topics
Explore more stories