Horoscope / ଏହି ରାଶିର ବ୍ୟକ୍ତି ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ବେପାରରେ ପ୍ରଗତି ପାଇଁ ଯଥେଷ୍ଟ ଧ୍ୟାନ ଦିଅନ୍ତୁ । ଜୀବନରେ ଉନ୍ନତି ସୂଚିତ ହେବ । ସମାଜରେ ଲୋକ ପ୍ରିୟତା ବଢିବ । କର୍ମଜୀବି ମହିଳାଙ୍କର ଦରମା ବୃଦ୍ଧି ପାଇବ । ଚାକିରୀ କ୍ଷେତ୍ରରେ ବିରୋଧୀ ଦଳଙ୍କ ସଂଖ୍ୟା ବଢିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ । ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ଜଣେ ବନ୍ଧୁ ସାହାର୍ୟ୍ୟର ପ୍ରତିଶ୍ରୁତି ଦେବେ । କର୍ମ କ୍ଷେତ୍ରରେ ସୁଯୋଗ ପାଇ କାମ ହାସଲ କରିବେ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ୟ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ-
ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ଜମିରେ ନିବେଶ ପାଇଁ ଶୁଭ ରହିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ଘର ପାଇଁ କିଛି ଆସବାବ କ୍ରୟ କରି ପାରନ୍ତି । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ ।ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ସାଙ୍ଗଠନିକ କାର୍ୟ୍ୟରେ ନେତୃତ ନେଇ ପ୍ରଂଶସାର ପାତ୍ର ହେବେ । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ
ତୁଳା-
ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଜମିଜମା କିଣିବାର ସୁଯୋଗ ରହିଛି । ଚାକିରିରେ କୈାଣସି ଗୋଟେ ବଡ ପଦବୀ ଯାଇପାରେ । ମହିଳା ମାନେ ଧର୍ମପରାୟଣ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ପାରିବାରିକ ଶାନ୍ତି ଫେରି ଆସିବ । ବିଭିନ୍ନ ସମସ୍ୟାକୁ କେନ୍ଦ୍ର କରି ମାନସିକ ଦ୍ୱନ୍ଦ ଦେଖାଦେବ । ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।ନିଜର ଦୋଷ ତୃଟି ସ୍ୱକାର କରିବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଧନୁ-
କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ଛୋଟ ଛୋଟ କଥାର ଅଣଦେଖା ନ କରିବା ଭଲ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମୀନ-
କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ
📱 Get Argus News App
✨Related Topics
Explore more stories