Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

Rashmita Mishra
Browse all articles by Rashmita Mishra
·4 months ago·3 min read
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସାଧାରଣ କଥାରେ ମତାନ୍ତର ଆଶଙ୍କା ରହିଛି। ବହୁ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟିହେବା ସମ୍ଭାବନା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ଜ୍ଝ ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଫଟୋକୁ ପୂଜା କରନ୍ତୁ

ମିଥୁନ-
କୌଣସି କାମ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ କରିବା କଷ୍ଟକର ହେବ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ଶତ୍ରୁତା କରୁଥିବା ବ୍ୟକ୍ତି ନିକଟରୁ ଦୂରେଇରହିବା ଭଲ। ଧାରକରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା, ସାହିତ୍ୟ , ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ-
ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ବାପା ମା ଙ୍କ ସେବା କରନ୍ତୁ

ସିଂହ-
ସୌଭାଗ୍ୟପ୍ରଦ ରହିବ ଫଳରେ ପ୍ରତ୍ୟେକ କାମରେ ସଫଳତା ପାଇବେ। ଗତକାଲିଠାରୁ ଯାହା କରିବାକୁ ମନସ୍ଥ କରିଛନ୍ତି ଶୀଘ୍ର ଆରମ୍ଭ କଲେ ସଫଳତା ପାଇବେ। ବନ୍ଧୁଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମିତ ହେବେ। ଶିକ୍ଷା, ସଭାସମିତି, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା-
କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନ ସମ୍ମାନ ପାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ତୁଳା-
ଦିନଟି ବହୁ ଭଲରେ ଅତିବାହିତ ହେବ। ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସମାଧାନ ସକାଶେ ମାର୍ଗ ଉନ୍ମୁକ୍ତ ରହିବ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମା, ସଙ୍ଗଠନାଦିରେ ସାମୟିକ ସମସ୍ୟା ରହିପାରେ। ସାହିତ୍ୟଚର୍ଚ୍ଚା, ସାମ୍ବାଦିକତା, ପ୍ରତିଯୋଗିତା, ସଭାସମିତି, ଆଲୋଚନା କ୍ଷେତରୁ ସୁନାମ ମିଳିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା-
ବାପା , ମାଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ସାଙ୍ଗ ସାଥି ମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରି ପାରନ୍ତି । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
କର୍ମକ୍ଷେତ୍ର ଏବଂ ସାମାଜିକ ସ୍ତରରେ ପ୍ରଶଂସାର ପାତ୍ର ହେବେ। ଆମତ୍ୀୟଙ୍କୁ ଭଲ କଥା କହିଲେ ମଧ୍ୟ ସେମାନେ ଭୁଲ୍ ବୁଝିପାରନ୍ତି। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ବୃଦ୍ଧି ପାଇ ଚିନ୍ତାକୁ ବଢ଼ାଇ ଦେଇପାରେ। ସଭାସମିତିରେ, କଳା, ସାହିତ୍ୟ, ସଙ୍ଗୀତରେ ଅର୍ଥ ଓ ସମ୍ମାନ ପାଇ ଖୁସି ହୋଇପାରନ୍ତି।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
କାରବାରରେ ସଫଳତା ପାଇବେ । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳା ମାନେ ସରକାରୀ ଚାକିରିର ସୁଯୋଗ ପାଇବେ ।
ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଧଳା ରଙ୍ଗର ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ

କୁମ୍ଭ-
ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହୋଇପାରେ। ସାଧାରଣ କଥାକୁ ବଡ଼ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢ଼ାଇପାରନ୍ତି। ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ସରକାରୀ ସ୍ତରରୁ ଋଣ ଆଣିବା ସକାଶେ ମନ ବଳାଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମୀନ-
ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ
। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | These Zodiac Signs Should Stay Alert Before Stepping Out | Argus News