Horoscope / ଏହି ବ୍ୟକ୍ତି ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର୍ୟ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ଶିକ୍ଷାର୍ଥୀ ମାନେ ପ୍ରତିଯୋଗିତା ପରୀକ୍ଷାରେ କୃତିତ୍ୱ ହାସଲ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ସ୍ବାସ୍ଥ୍ୟ ଓ କର୍ମହାନି ସଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି। ବନ୍ଧୁଙ୍କ ପ୍ରେରଣାରେ ନୂତନ କାମର ପରିକଳ୍ପନା କରିବେ। ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପାରିବାରିକ ସମସ୍ୟା ସୁଧାରି ନେବାରେ ବନ୍ଧୁ ସାହାଯ୍ୟ କରିବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ପିଲାଙ୍କର କିଛି ସମସ୍ୟା ଓ ପରିବାରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ। ଜମିଜମା, କଳ କାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ
ସିଂହ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ୟ୍ୟ ହାସଲ କରିନେବେ । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହୋଇଯିବ । ମହିଳା ମାନେ ରକ୍ଷଣଶୀଳ ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଆଜି କର୍ମକ୍ଷେତ୍ରରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଭୁଲ୍ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ। ଅର୍ଥାଭାବ ହେତୁ ଅଟକି ରହିଥିବା କାମଗୁଡ଼ିକ ସଂପୂର୍ଣ୍ଣ ନ ହୋଇପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଅନ୍ୟ କାହାର ସହଯୋଗ ନ ପାଇଲେ ମଧ୍ୟ ଯେଉଁ କାର୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମତ ବଦଳାଇ ଅସହଯୋଗ କରିପାରନ୍ତି। ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ। କଳା, ସାହିତ୍ୟ ଓ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକରେ ଉପଯୁକ୍ତ ଭାବେ ଫଳ ପାଇପାରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ପରୋକ୍ଷ ଶତୃତା ଦୈନିକ ଜିବନ ଚର୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ । ରାଜନୀତିରେ ବିରେଧୀ ଦଳ ବଢିବେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ଆଜି ବନ୍ଧୁଙ୍କ ସହାୟତାରେ ବିଭିନ୍ନ ସୂତ୍ରରୁ ଅର୍ଥଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଆଗାମୀ ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ମନସ୍ଥ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ
କୁମ୍ଭ-
ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର୍ୟ୍ୟ ସହଯୋଗ କରିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରଖିବା ସହ ଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ। ଖଳ ଲୋକଙ୍କ ଦ୍ୱାରା କର୍ମକ୍ଷେତ୍ରରେ ଗୁଜବ ପ୍ରଚାର ମନକୁ ଭାରାକ୍ରାନ୍ତ କରିବ। ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
📱 Get Argus News App
✨Related Topics
Explore more stories