|
logo
Live

Argus News - ଆଜି କେମିତି କଟିବ ଆପଣଙ୍କ ଦିନ...

Horoscope

ଆଜି କେମିତି କଟିବ ଆପଣଙ୍କ ଦିନ...

Rashmita Mishra
Browse all articles by Rashmita Mishra
·1 year ago·4 min read
ଆଜି କେମିତି କଟିବ ଆପଣଙ୍କ ଦିନ...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ..ପଢନ୍ତୁ...


ମେଷ- ମିତ୍ରଙ୍କ ଠାରୁ ବହୁତ ସାହାର‌୍ୟ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉଥାନ,ପତନରେ ଗତି କରିବେ ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ ।


ବୃଷ- କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ ।


ମିଥୁନ- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ । ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ ।


କର୍କଟ- ନିଜ କାର‌୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ।


ସିଂହ- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ ।


କନ୍ୟା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ।


ତୁଳା- କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ । ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର‌୍ୟ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ ।


ବିଛା- ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ।


ଧନୁ- କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।


ମକର- ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ । ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ ।


କୁମ୍ଭ- ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ ।


ମୀନ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମସପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

Sponsored
ଆଜି କେମିତି କଟିବ ଆପଣଙ୍କ ଦିନ... | Argus News