|
logo
Live

Argus News - କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

Horoscope

କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

Ritu Das
Browse all articles by Ritu Das
·2 years ago·4 min read
କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

ବୁଧବାର
ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କର ଦିନ। କଣ କହୁଛି ଆପଣଙ୍କ ରାଶିଫଳ ଜାଣି ରଖନ୍ତୁ।
ମେଷ: ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।  ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  
 

ବୃଷ: କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ । କଳକାରଖାନା ଆର୍ଥିକ  କ୍ଷେତ୍ରରେ ଲାଭବାନ୍ ସହିତ ସଞ୍ଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ 
 

ମିଥୁନ: କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ ।  ଶାରୀରିକ କଷ୍ଟ ଦୂର ହେବ। ନୃତ୍ୟବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି। ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହୋଇପାରେ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ। 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଈକୁ ଖାଇବାକୁ ଦିଅନ୍ତୁ
 

କର୍କଟ: ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ। ଅସାବଧାନତା କାରଣରୁ  ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ଧନ ସମ୍ପତ୍ତି ବୃଦ୍ଧି ହୋଇପାରେ । ଗାଡିମଟର କ୍ରୟ କରିବାର ଅଭିଳାଷା ପୂରଣ ହେବ । ମନ ବୁଝିବା ଭଳି କଥା କହି ବନ୍ଧୁଙ୍କୁ ଆପଣେଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ସିଂହ: ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହଯୋଗ ମିଳିବ । କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ନୂତନ ଯୋଜନାକୁ କାର୍ଯ୍ୟକରୀ କରନ୍ତୁ ନାହିଁ । ଶିକ୍ଷୟିତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି।   
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା: ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ। ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ବୁଧଙ୍କର ମନ୍ତ୍ର ପାଠ କରନ୍ତୁ 

ତୁଳା: ଦେହପୀଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଶିକ୍ଷୟିତ୍ରୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବିଛା: ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କାରବାର ବିସ୍ତାର କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ । ବ୍ୟବସାୟରେ ନୂଆ ଯୋଜନା କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯  
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 

ଧନୁ: ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର: ବାରମ୍ବାର କାମରେ ପରିବର୍ତ୍ତନ ମନରେ ଚିନ୍ତା ସୃଷ୍ଟି କରିବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ଅଫିସରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ପଡୋଶୀଙ୍କ ସହ ଦିବାଦ ଦେଖା ଦେଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ: କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନରେ ଧାର୍ମିକ ଭାବନା ଉଦୟ ହେବ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସମ୍ଭାବନା ଅଧିକ ରହିଛି । ସାଂସ୍କୃତିକ ପରିବେଶରେ ଯୋଗଦାନ କରିବେ । ମହିଳାମାନେ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ମାନେ ବିଦ୍ୟାନୁରାଗି ହେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ  ଦିଅନ୍ତୁ।

ମୀନ: ବଡ ବ୍ୟବସାୟୀଙ୍କ ସହିତ ହାତ ମିଶାଇବେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ। କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ । ବ୍ୟବସାୟରେ ଲାଭାଂଶ କମାଇବେ । ପ୍ରଶାସନିକ କ୍ଷେତ୍ରରେ ଉତ୍ତେଜନା ପରିସ୍ଥିତି ରହିପାରେ । ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅବତୀ ଜଳାନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର 

Sponsored
କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ... | Argus News