Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

କେମିତି କଟିବ ଆଜିର ଦିନ ଜାଣିରଖନ୍ତୁ ଆଜିର ରାଶିଫଳ

Rashmita Mishra
Browse all articles by Rashmita Mishra
·1 year ago·4 min read
କେମିତି କଟିବ ଆଜିର ଦିନ ଜାଣିରଖନ୍ତୁ ଆଜିର ରାଶିଫଳ

ମେଷ-କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର‌୍ୟ୍ୟାଆରମ୍ଭ କରିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତୀର୍ଣ୍ଣ ହେବେ । ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ


ବୃଷ-ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୈତୃକ ସମ୍ପତ୍ତି କୁ ନେଇ ପାରିବାରିକ ଦ୍ୱନ୍ଦ ତୁଟିଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-କର୍ମକ୍ଷେତ୍ରରେ ବ୍ୟବସ୍ତତା ହେତୁ ପରିବାରରେ ଅଶାନ୍ତି ଉପୁଜବ । ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ। ରାଜନୈତିକ ସ୍ଥିତି ସଂଘର୍ଷମୟ ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ । ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ଦିଗ ଅନୁକୂଳ ରହିବ। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ


କର୍କଟ-କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ । ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ଦିଗ ଅନୁକୂଳ ରହିବ। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ


ସିଂହ-କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମ ଗୁଡିକ ସମ୍ପୂର୍ଣ୍ଣ ହୋଇଯିବ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ।ପ୍ରେମୀ ଯୁଗଳ ଙ୍କ ସମ୍ପର୍କ ମଧୁର ରହିବ । ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ଯାନବାହାନ ସତର୍କତା ସହ ଚଲାନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଫଟୋ କୁ ପୂଜା କରନ୍ତୁ


କନ୍ୟା-ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । କୌଣସି କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ ପାଇଁ ଆହୁରି ବହୁ ସମୟ ଲାଗିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ତୁଳା-ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତି ଅନୁଭବ କରିବେ। କୌଣସି ମୂଲ୍ୟବାନ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ


ବିଛା-ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହାନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପରୋପକାର ମନୋଭାବରୁ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ


ଧନୁ-ଅଫିସର ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ । ତରବରିଆ ପଦକ୍ଷେପ ନେଲେ ଅସୁବିଧା ଦେଖାଦେଇପାରେ । ରାଜନୀତିରେ ଲୋକ ସମର୍ଥନ ରହିବା ଯୋଗୁ ଆଗେଇ ଯାଇପାରନ୍ତି । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଜଟିଳ ପରିସ୍ଥିତି ସୃଷ୍ଟି ହୋଇପାରେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ


ମକର-ଖାଦ୍ୟ ପାନୀୟ ନେଇ ସଜାଗ ରୁହନ୍ତୁ । ଭାଗ୍ୟ ଭରସାରେ ରୁହନ୍ତୁ ନାହିଁ । କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାରରେ ଲୋକେ ପ୍ରଭାବିତ ହେବେ । ବ୍ୟବସାୟରେ ଅଶାଜନକ ଫଳ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ


କୁମ୍ଭ-ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ପୂରଣ ହୋଇଯିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।ବାଣିଜ୍ୟ, କାରବାର ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ। ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ


ମୀନ-ସଫଳତାର ନୂଆ ମାର୍ଗ ଖୋଲିବ । ବାଣିଜ୍ୟ ବିଦ୍ୟାର୍ଥୀ ଙ୍କୁ କିଛି ନୂଆ ଶିଖିବାକୁ ମିଳିବ । କୌଣସି ବ୍ୟକ୍ତିଙ୍କ ଠାରୁ ଆଶାଠୁଁ ଅଧିକ ଲାଭ ହେବ । ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । କୌଣସି ଜରୁରୀ ଯୋଜନା କାର୍ଯ୍ୟକାରୀ କରିବେ । ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ପଡିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Sponsored
how-will-todays-day-go-know-todays-horoscope | Argus News