ଆଜି କେମିତି କଟିବ ଆପଣଙ୍କ ଦିନ ପଢନ୍ତୁ...

ଅର୍ଗସ ବ୍ୟୁରୋ: ଆଜି କ'ଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । କେମିତି କଟିବ ଆପଣଙ୍କ ଦିନ ପଢନ୍ତୁ...
ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ
ଦ୍ୱିଜା- କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ ।
କୃତିକା- ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ସୃଜନଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ଓକିଲଙ୍କ ପାଇଁ ଦିନଟି ଭଲ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ମୂତ୍ରାଶୟ ସଂକ୍ରମଣ ସମ୍ବନ୍ଧୀୟ ସମସ୍ୟା ଆପଣଙ୍କୁ ହଇରାଣ କରିପାରେ । ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ।
ରୋହିଣୀ- କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି ।
ମୃଗଶିରା- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ଯେକୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ପାଇଁ ପାରନ୍ତି
ଆଦ୍ରା- ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ
ପୁନର୍ବସୁ- ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର୍ଯ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ
ପୁଷ୍ୟା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ। ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ ।
ଅଶ୍ଲେଷା- ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ମଘା- ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ
ପୂ,ଫାଲଗୁନି- ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ।
ଉ,ଫାଲଗୁନି- ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ରହିଛି । ଧାତୁ ଅଳଙ୍କାର କ୍ରୟ କରି ସାମାନ୍ୟ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ,ଫାଲଗୁନି- ଶରୀରରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ହସ୍ତା- ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ ।
ଚିତ୍ରା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ବହୁ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ
ସ୍ୱାତୀ- ରପ୍ତାନି କାରବାର ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ।
ବିଶାଖା- ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, କ୍ଷେତ୍ରରୁ ଶୁଭଫଳ ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି
ଅନୁରାଧା- ବନ୍ଧୁଙ୍କ ସାହାଯ୍ୟରେ କାମ ହାସଲ କରିବେ । ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ସୁବିଧାରେ ପାଇଯିବେ ।
ଜ୍ୟେଷ୍ଠା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା- ଶିଳ୍ପ, ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଅତୀତ କଥାକୁ ଚିନ୍ତାକରି ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି। ସେମିତି କିଛି ହେବନି
ପୂ,ଷାଢା- ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ
ଉ,ଷାଢା- ଆଇନ, ଅଦାଲତ ସଫଳତା ଯୋଗୁ ମନ ଖୁସି ରହିବ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
ଉ,ଷାଢା- ଆପଣ କାନ୍ଧରେ ଆଘାତ ପାଇ ପାରନ୍ତି । ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।
ଶ୍ରବଣା- ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ଯ୍ୟ ସମାପ୍ତ ହେବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ
ଧନିଷ୍ଠା- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ଗାଡ଼ି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ସ୍ଥଗିତ କାମ ଯଥା ସମୟରେ ହୋଇଯିବ
ଶତଭିଷା- ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ସମ୍ମାନିତ ହେବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ
ପୂ,ଭାଦ୍ରପଦ- ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଟନସିଲର ବୃଦ୍ଧି ଇତ୍ୟାଦି ସମସ୍ୟା ମଧ୍ୟ ହୋଇପାରେ । ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ ।
ଉ,ଭାଦ୍ରପଦ- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ଗୁରୁଜନ ମାନଙ୍କୁ ସମ୍ମାନ ଦେବା ଉଚିତ୍ ।
ରେବତୀ- ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ।
ଅଧିକ ପଢ଼ନ୍ତୁ ରାଶିଫଳ ଖବର
