Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ରାଶିଫଳରୁ

Swayangprajna Mishra
Browse all articles by Swayangprajna Mishra
·2 years ago·4 min read
କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ରାଶିଫଳରୁ

୦୨.ଗୁରୁବାର
ମେଷ-
ଅଶ୍ୱନୀ- ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ
ଦ୍ୱିଜା- ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ବ୍ୟବସାୟୀରେ ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ 
କୃତିକା- ଜମି କ୍ରୟ କରି ଖୁସି ରହିବେ । ଧାର୍ମୀକ କାର‌୍ୟ୍ୟକ୍ରମରେ ସାମିଲ ହେବାର ସୁଯୋଗ ପାଇବେ । କୈାଣସି କଥାକୁ ନେଇ ଭାବୁକ ରହିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ 
ବୃଷ-
କୃତିକା- ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ । ଘରର ବାତାବରଣ ଶାନ୍ତିମୟ ରହିବ । ସନ୍ତାନ ସମ୍ବନ୍ଧରେ ଚିନ୍ତା ଦୂର ହେବ ।
ରୋହିଣୀ- ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । କୈାଣସି ବଡ ଧରଣର ଯୋଜନା  କାର‌୍ୟ୍ୟକାରୀ ହୋଇପାରେ । କ୍ରୋଧକୁ ଆୟତରେ  ରଖନ୍ତୁ
ମୃଗଶିରା- ମାଲିମକଦମା ସମସ୍ୟାର ସମାଧାନ କରିବେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ 
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ  କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ
ଆଦ୍ରା- ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ  କରିବେ । ସାମାଜିକ କାର‌୍ୟ୍ୟରେ ନିଜକୁ ନିଯୋଜିତ କରିବେ
ପୁନର୍ବସୁ- ଭାବିଚିନ୍ତି ଜମିରେ ନିବେଶ କରନ୍ତୁ । ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ । ଦୈନିକ କାର‌୍ୟ୍ୟସୂଚୀରେ ପରିବର୍ତନ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ 
କର୍କଟ-
ପୁନର୍ବସୁ- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର‌୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ  
ପୁଷ୍ୟା- ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ
ଅଶ୍ଲେଷା- ଆୟନୀ , ଅଦାଲତରେ ଜଡିତ ରହିବେ । ମହିଳା ମାନଙ୍କୁ ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ସିଂହ-
ମଘା- ଆଖ, ପାଖ ଲୋକଙ୍କ ପ୍ରତି ଉଦାର ରହିବେ । ଭାଗିଦାରି ବ୍ୟବସାୟୀ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ
ପୂ,ଫାଲଗୁନି- ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ 
ଉ,ଫାଲଗୁନି- କୋର୍ଟରେ ଅପବ୍ୟବହାର ଦେଖାଇ ପାରନ୍ତି । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର‌୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
କନ୍ୟା-
ଉ,ଫଳଗୁନି- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ
ହସ୍ତା- କାର‌୍ୟ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ରାଜନିତିରେ ଲୋକଙ୍କ ପ୍ରିୟ ରହିବେ
ଚିତ୍ରା- ନାରି ମାନେ ରକ୍ଷଣଶୀଳ ରହିବେ । ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ଧର୍ମକାର‌୍ୟ୍ୟରେ ଖର୍ଚ୍ଚ କରିପାରନ୍ତି
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ଚିତ୍ରା- ପାରିବାରିକ ଜୀବନ ହସଉଲା୍ଲସରେ କଟିବ । ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ 
ସ୍ୱାତୀ- ରାଜନିତିରେ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ବିଫଳ ହେବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ ।
ବିଶାଖା- କୋର୍ଟର ତାରିଖ ସି୍ଥର ଧାର‌୍ୟ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ବିଛା-
ବିଶାଖା- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ଆର୍ଥୀକ ପରିସି୍ଥତି ଖରାପ ହେବ
ଅନୁରାଧା- ରାଜନୈତିକ ସମର୍ଥନ ପାଇବେ । ଚାକିରିରେ ପ୍ରାଧାନ୍ୟ ବୃଦ୍ଧି ପାଇବ । ପଢାପଢିରେ ଶୁଭଫଳ ମିଳିବ
ଜ୍ୟେଷ୍ଠା- ଜମି-ବାଡିକୁ ନେଇ ଝମେଲା ଦେଖାଦେବ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ  
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ
ଧନୁ-
ମୂଳା- ମନରେ ଦୁଶ୍ଚିନ୍ତା ବଢିବ । ପାରିବାରିକ ମାଙ୍ଗଳିକ କାର‌୍ୟ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ 
ପୂ,ଷାଢା- କର୍ମ କ୍ଷେତ୍ରରେ ବୁଦ୍ଧି ପୟୋଗ କରି କାର‌୍ୟ୍ୟ ହାସଲ କରିବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ
ଉ,ଷାଢା- ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ମାନସିକ ମଧ୍ୟମ ଧରଣର ଲାଭ ପାଇବେ । ପରିବାରରେ ପୁତ୍ର ସନ୍ତାନର ଲାଭ ମିଳିବ । ବ୍ୟବସାୟରେ ଉନ୍ନତି କରିବେ ।
ଶ୍ରବଣା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । କର୍ତୁପକ୍ଷ ଆପଣଙ୍କୁ କୌଣସି  ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ
ଧନିଷ୍ଠା- ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ବାକି କାମରେ ବନ୍ଧୁ ସାହାର‌୍ୟ୍ୟ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି ।  ପଇସାର ଅଭାବ ଅନୁଭବ କରିପାରନ୍ତି 
ଶତଭିଷା- ରାଜନିତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ
ପୂ,ଭାଦ୍ରପଦ- ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ 
ମୀନ-
ପୂ,ଭାଦ୍ରପଦ- ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ
ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ
ରେବତୀ- ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ମହିଳା ମାନେ ବନ୍ଧୁ ପରିଜନଙ୍କ ସହିତ ସମୟ ବିତାଇବେ । ବହୁ ଦିନର ସ୍ୱପ୍ନ ସାକାର ହେବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
How will your day be today, know from the horoscope | Argus News