Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ଆଜିର ରାଶିଫଳ

Horoscope

କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ଆଜିର ରାଶିଫଳ

Swayangprajna Mishra
Browse all articles by Swayangprajna Mishra
·2 years ago·3 min read
କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ଆଜିର ରାଶିଫଳ

ମେଷ-
ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ । ବାରମ୍ବାର ସ୍ୱାସ୍ଥ୍ୟ ଖରାପ ଦେଖାଦେଇପାରେ । ବ୍ୟବସାୟରେ ଉଚ୍ଚ ଫଳ ପ୍ରାପ୍ତି ହେବ । ମହିଳାମାନେ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣ ହେବେ। ପରିବହନରେ ସ୍ଥିତି ମାନ୍ଦା ହେବନାହଁ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସରସ୍ୱତୀଙ୍କ ପୂଜାପାଠ କରନ୍ତୁ
ବୃଷ-
ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ସହକର୍ମୀର ମନୋଭାବ ବଦଳିଯାଇପାରେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
କର୍ମକ୍ଷେତ୍ରର ସମସ୍ୟା ଦୃଢ଼ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକ ସନ୍ଦେହ ପରିସରକୁ ଆସିଯିବେ। ବନ୍ଧୁ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତି ରକ୍ଷା କରିବେ। ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ 
କର୍କଟ-
ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଅସାବଧାନତା କାରଣରୁ ଧନହାନି ଘଟିପାରେ। ବୟସ୍କଙ୍କ କଥା ନ ମାନିଲେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରିବେ
ସିଂହ-
ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଉତ୍ତରଦାୟୀ ହେବାକୁ ପଡ଼ିପାରେ। କାର‌୍ୟ୍ୟବ୍ୟସ୍ତତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ମୁକ୍ତ ରହିବେ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ
କନ୍ୟା-
ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର‌୍ୟ୍ୟଚ୍ୟୁତି ଘଟିପାରେ। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ରହିବ। 
ଶିକ୍ଷା, ଲେଖାପଢ଼ା ତଥା ସନ୍ତାନଙ୍କ କ୍ଷେତ୍ରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ।   ଆନୁଷ୍ଠାନିକ କାମ ସକାଶେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଦ୍ଧ ଦେବଙ୍କର ବୀଜ ମନ୍ତ୍ର ଜପ କରନ୍ତୁ 
ତୁଳା-
ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି। ଜମିଜମା, ମାଲି ମକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ। ମାନସିକ ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କ’ଣ କରିବେ କିମ୍ବା କ’ଣ ନ କରିବେ ସ୍ଥିର କରିପାରିବେ ନାହିଁ। 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ହେଉ କିମ୍ବା ନିଜ ପରିସରରେ କର୍ମଦକ୍ଷତାରୁ ପ୍ରତିଷ୍ଠିତ ହେବେ। ମାଙ୍ଗଳିକ କାର‌୍ୟ୍ୟ କିମ୍ବା ଆନୁଷ୍ଠାନିକ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ଓ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ-
କୌଣସି କାମ  ସକାଶେ ସକାଳୁ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଲାଭ କରିବେ । ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। ଅସାବଧାନତାବଶତଃ କୌଣସି ଦବ୍ର‌୍ୟ ନଷ୍ଟ ହୋଇପାରେ । 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
ମକର-
ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ମନୋରଞ୍ଜନ କାର‌୍ୟ୍ୟରେ ନିଜକୁ ନିୟୋଜିତ କରି ଖୁସି ରହିବାର ସୁଯୋଗ ପାଇବେ। ମାଲିମକଦ୍ଦମାରେ ସଫଳତା ହାସଲର ସୌଭାଗ୍ୟ ଅର୍ଜନ କରିପାରନ୍ତି।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଗୋମାତାଙ୍କୁ ସବୁଜ ଚାରା ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ
କୁମ୍ଭ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର‌୍ୟ୍ୟ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ। ସମସ୍ୟାକୁ ପ୍ରତିହତ କରି ଆଗକୁ ବଢ଼ିବା ସକାଶେ ପଦକ୍ଷେପ ନେବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ। 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ନିଜର କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର‌୍ୟ୍ୟ ସକାଶେ ଅନୁତାପ କରିବେ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ପରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ସାଙ୍ଗଠନିକ କ୍ଷେତ୍ରରେ ଭାବୁଥିବା କାମଟିକୁ ଶେଷ କରିପାରିବେନି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମିଠା, ହଳଦିଆ ଚାଉଳ ପ୍ରସ୍ତୁତ କରନ୍ତୁ ଏବଂ ଏହାକୁ ଭଗବାନଙ୍କୁ ଅର୍ପଣ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
How will your day be today, know today's horoscope | Argus News