Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ସ୍ଵାଧିନତା ଦିବସରେ ଆର୍ଥିକ ଲାଭ ସହ ସୁଖରେ କାଟିବେ ଦିନ

Rashmita Mishra
Browse all articles by Rashmita Mishra
·11 months ago·3 min read
ସ୍ଵାଧିନତା ଦିବସରେ ଆର୍ଥିକ ଲାଭ ସହ ସୁଖରେ କାଟିବେ ଦିନ

Key Points

ମିଥୁନ ରାଶି ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ବୃଷ ରାଶି ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ

ମେଷ ରାଶି କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ

ମେଷ-
ପ୍ରେମ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ। ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର‌୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜା କରନ୍ତୁ

ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ-
ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ସୃଷ୍ଟି ହୋଇପାରେ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ସିଂହ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-
ଯେମିତି ଭାବୁଛନ୍ତି ତାହା ସମ୍ପନ୍ନ ହେବାରେ ଅସୁବିଧା ହେବନାହିଁ । ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ ବନ୍ଧୁ ଆସିପାରନ୍ତି। ପରିବାର ଲୋକମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ନିଜ ସୀମା ଭିତରେ ରହିବା ଭଲ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ତୁଳା-
ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ଶାରୀରିକ ସ୍ବାସ୍ଥ୍ୟ ଓ ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଦୀର୍ଘଦିନରୁ ଚେଷ୍ଟା କରୁଥିବା ସରକାରୀ କ୍ଷେତ୍ରରୁ ଋଣସୂତ୍ରରେ ଅର୍ଥଲାଭର ଆଶା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଧନୁ-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-
ଦୈହିକ ଦୁର୍ବଳତା ସାଙ୍ଗକୁ ସୁଯୋଗ ହରାଇପାରନ୍ତି। ପାରିବାରିକ ସମସ୍ୟା ଚିନ୍ତାକରି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ଆଲୋଚନା କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ। ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର‌୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ


ଅଧିକ ପଢନ୍ତୁ ରାଶିଫଳ ଖବର... 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Independence Day: Celebrate with Joy and Financial Gains | Argus News | Argus News