|
logo
Live
Argus News App
GET APP

Argus News - ଶନିବାରରେ ଏହି ରାଶି ସତର୍କ ରୁହନ୍ତୁ...

Horoscope

ଶନିବାରରେ ଏହି ରାଶି ସତର୍କ ରୁହନ୍ତୁ...

Smruti Parija
Browse all articles by Smruti Parija
·1 year ago·4 min read
ଶନିବାରରେ ଏହି ରାଶି ସତର୍କ ରୁହନ୍ତୁ...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ... 

ମେଷ-

ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ।    
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ବୃଷ-

ବାରମ୍ବାର ଚେଷ୍ଟା କରିବା କାରଣରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-

ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ ।  ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଛାତ୍ରିଙ୍କୁ  ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ ସି୍ଥତି ସୁଦୃଢ ହେବା ଯୋଗୁ  ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

କର୍କଟ-

ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ 

ସିଂହ-

ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । ଆପଣ ସକାରତ୍ମକ ରହିବେ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ତୁଳା-

ଜୀବନ ସାଥୀଙ୍କ ସହିତ ସମୟ ବିତାଇବେ । ଅଫିସ୍ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । କୈାଣସି କାମକୁ ମୂଳରୁ ଆରମ୍ଭ କରିବେ । ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ 

ବିଛା-

ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ

ଧନୁ-

ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାର‌୍ୟ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ 

ମକର-

ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ।  ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-

ଘରକୁ ସଜାଇବାରେ ସମୟ କଟାଇବେ । ବନ୍ଧୁଙ୍କ ସହିତ ମିଶି କିଛି ନୂତନ ଯୋଜନ। କରି  ପାରନ୍ତି । ନୂତନ ସ୍ଥାନ ପରିଭ୍ରମଣ  କରି ପାରନ୍ତି । ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି  
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-

ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Sponsored
ଶନିବାରରେ ଏହି ରାଶି ସତର୍କ ରୁହନ୍ତୁ... | Argus News