Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସତର୍କ ରୁହନ୍ତୁ ଏହି ରାଶି...

Horoscope

ସତର୍କ ରୁହନ୍ତୁ ଏହି ରାଶି...

Smruti Parija
Browse all articles by Smruti Parija
·2 years ago·4 min read
ସତର୍କ ରୁହନ୍ତୁ ଏହି ରାଶି...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ରାଶିଫଳ । ପଢନ୍ତୁ ...

ମେଷ-

କର୍ମକ୍ଷେତ୍ରରେ ସାଧାରଣ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘରକଥା ଆଲୋଚନା କରି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲାଭଳି କାମ କରିପାରନ୍ତି। ରାଜନିତି  କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ଉପରିସ୍ଥ ଙ୍କୁ ଆପଣାର କରି କୃପା ଭାଜନ ହବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ

ବୃଷ-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟ କ୍ଷେତ୍ରରେ ଭଲ ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଅଫିସ୍ରେ ସହକର୍ମୀଙ୍କ କ୍ରୋଧିତ ମୁଖାବଲୋକନ କରି ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ 

ମିଥୁନ-

ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରି ହୋଇପାରିବେ ।  ସ୍ୱାସ୍ଥ୍ୟ ଠିକ୍ ରହିବାସହ ଅଚାନକ ଧନ ପ୍ରାପ୍ତି ହେବ । ଆନୁଷ୍ଠାନିକ କାମରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଅତୀତ କଥାକୁ ମନରେ ସ୍ଥାନ ଦେଇ ବିଫଳତାର କାରଣ ଖୋଜିବୁଲିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

କର୍କଟ-

ଆପଣ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ପାଇବା କଷ୍ଟକର ହେବନାହିଁ। ଦୂରଯାତ୍ରା କରି ହଇରାଣ  ହରକତ ହେବାକୁ ପଡିପାରେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-

ପ୍ରତ୍ୟେକ  କ୍ଷେତ୍ରରେ ପରିବାରର ପୂର୍ଣ୍ଣ ସହଯୋଗ ମିଳିବ । ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ରଚନାମତ୍କ କାର‌୍ୟ୍ୟରେ ଅଗ୍ରଗତି ଘଟିବ ଏବଂ ପ୍ରଶଂସିତ ହୋଇପାରନ୍ତି । ରାଜନୀତିରେ ଭାବମୂର୍ତୀ ରକ୍ଷା କରି ପଟ୍ଟ ପରିବର୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା-

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରେମିକ ପ୍ରେମିକ ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

ତୁଳା-

ସାଧାରଣ ଘଟଣା ଯୋଗୁ ବନ୍ଧୁଙ୍କ ସହ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ୍ । ସମ୍ପର୍କୀୟ ମାନଙ୍କ ଦ୍ୱାରା ସୁବିଧା ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତି ମିଳିବ । ରାଜନୀତି ରେ ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-

ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକ ସ୍ଥିତି ପ୍ରାୟତଃ ଭଲ ରହିବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତବ୍ୟ ପରାୟଣତା ରକ୍ଷା କରି ପାରିବେ ।
ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ଛାତ୍ରଛାତ୍ରୀ ମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଧନୁ-

ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ । ସନ୍ତାନ ପକ୍ଷରୁ ଚିନ୍ତା ଦେଖାଦେଇପାରେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ ।  ଉଚ୍ଚ ବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ମକର-

କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ । ବ୍ୟବସାୟରେ ଭାଗିଦାରିି ମାନଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପରୋପକାର ଓ ସମାଜସେବା ରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ମନରେ ଉପୁଜି ଥିବା ଅଂହକାରକୁ ବିସର୍ଜନ କରନ୍ତୁ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-

ଭ୍ରାତୃତ୍ୱ ବନ୍ଧନରେ ନିବିଡତା ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟତେ ସହାୟକ ହେବ । ବନ୍ଧୁମିଳନ ସଙ୍ଗକୁ ଖୁସୀର ଆସର ଜମିବ। ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୀତିରେ ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-

ସରକାରୀ ଜନସେବାରେ ଥ୍ଧବ ମଧ୍ୟ ଲୋକଙ୍କ ଆସ୍ଥାଭାଜନ ହେବେ । କର୍ମ ଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ । ଜଳ ଯାତ୍ରାରେ ବିପଦ ରହିଛି ନ କରିବା ଭଲ । ମାଲିମୋକଦ୍ଦମାରେ ବବିଜୟୀ ହେବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

Sponsored
know-horoscope-of-today | Argus News