Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜି କେମିତି କଟିବ ଆପଣଙ୍କ ଦିନ ଜାଣି ରଖନ୍ତୁ

Horoscope

ଆଜି କେମିତି କଟିବ ଆପଣଙ୍କ ଦିନ ଜାଣି ରଖନ୍ତୁ

Ritu Das
Browse all articles by Ritu Das
·2 years ago·4 min read
ଆଜି କେମିତି କଟିବ ଆପଣଙ୍କ ଦିନ ଜାଣି ରଖନ୍ତୁ

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ । ତାକୁ ନେଇ ଚିନ୍ତିତ କି ? ତେବେ  ଜାଣି ରଖନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ ।
ମେଷ-
ବ୍ୟବସାୟ ସମ୍ପର୍କିତ ସମସ୍ୟା ମଧ୍ୟାହ୍ନରେ ଦୂର ହୋଇଯିବ। ସମସ୍ୟା ରହିଥିଲେ ମଧ୍ୟ କାମ ସମ୍ପାଦନ କରିବାରେ କୌଣସି ଅସୁବିଧା ହେବନାହିଁ । ପିଲାଙ୍କ ସଫଳତା, ମୂଲ୍ୟବାନ୍ ଦ୍ରବ୍ୟ ଲାଭ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ, ଯାତ୍ରାର ସୁଯୋଗ ଲାଭରୁ ଖୁସି ରହିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ଅବଲମ୍ବନ ପୂର୍ବକ କାମ କରିବା ଭଲ ହେବ । ଆଜିର ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ନୂତନ କାର‌୍ୟ୍ୟାରମ୍ଭ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଥିବା ଆଶା ମନରେ ଦୁଃଖ ଦେଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ 
ମିଥୁନ-
ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପଦାଧିକାରୀଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ଅସମର୍ଥ ହୋଇପାରନ୍ତି। ସାମାଜିକ ସ୍ତରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ମନ୍ଥର ଗତିରେ କର୍ମକ୍ଷେତ୍ରରେ ଆଶାତୀତ ସଫଳତା ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟ, ପରିବହନ, ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ। ଆଶା ପୂରଣ ହେତୁ ମାନସିକ ସ୍ଥିତି ପ୍ରାୟତଃ ଠିକ୍ ରହିବ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ କିନ୍ତୁ ବ୍ୟସ୍ତତା ବଢ଼ିଯିବ। ଅବହେଳିତ କାମ କିମ୍ବା ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି।
ସିଂହ-
କର୍ମକ୍ଷେତ୍ରରେ ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବିଭିନ୍ନ ଦିଗରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ଆଜି ଟିକିଏ କଥାରେ କ୍ରୋଧ ପ୍ରକାଶ କରି ପରିବେଶକୁ ଗମ୍ଭୀର କରିଦେଇପାରନ୍ତି। କର୍ମକ୍ଷେତ୍ରକୁ ଯିବା ବାଟରେ ଅପ୍ରିୟ ସତ୍ୟ କହିବା ସମସ୍ୟା ସୃଷ୍ଟିର କାରଣ ହୋଇପାରେ।
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇ ଆନନ୍ଦିତ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତିତର୍କ ଠିକ୍ ହେବନାହିଁ। ଅଫିସରେ ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ପ୍ରତିବନ୍ଧକ ମଧ୍ୟରେ କେତେକ ସ୍ଥଗିତ କାମ ସକାଶେ ଚିନ୍ତିତ ରହିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ
ବିଛା-
ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ ହୋଇ ନ ଥିବାରୁ ବ୍ୟସ୍ତତା ଅନୁଭବ କରିବେ।
ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ। କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। କୌଣସି ସମସ୍ୟା କାମକୁ ଅଟକାଇ ପାରିବନାହିଁ । ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ
ମକର-
ବ୍ୟବସାୟ ସମ୍ବନ୍ଧରେ ମହାଜନଙ୍କ ଠାରୁ ଭଲ ପରାମର୍ଶ ପାଇ ଲାଭବାନ ହେବେ । କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି।  ନୀରବରେ ବସି ରହିଲେ ସମସ୍ୟାରେ ଛନ୍ଦି ହେବାକୁ ପଡ଼ିପାରେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ପରିବାର  ଓ ବନ୍ଧୁ ବାନ୍ଧବଙ୍କ ସହିତ ହସ ଖୁସିରେ ସମୟ ବିତାଇବେ । କୌଣସି ନୂତନ କାମରେ ଜୀବନ ସାଥୀଙ୍କର ସହଯୋଗ ପାଇବେ । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାପାଇଁ ସକ୍ଷମ ହେବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅତ୍ୟନ୍ତ ପ୍ରିୟ ଲୋକ ମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇ ପାରନ୍ତି । ଛାତ୍ରଛାତ୍ରୀ ମାନେ କ୍ୟାରିୟରକୁ ନେଇ ଚିନ୍ତିତ ହୋଇପାରନ୍ତି । ରାଜନୀତିରେ ଲୋକ ସମର୍ଥନ ମିଳିବ । ଉଚ୍ଚଶିକ୍ଷା ପ୍ରତିଷ୍ଠାନର ଆଡମିଶନରେ ଆସୁଥିବା ବାଧା ଦୂର ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚିଲା କଦଳୀ ଖାଇବାକୁ ଦିଅନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Know how to | Argus News