Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - କେମିତି କଟିବ ଆଜି ଆପଣଙ୍କ ଦିନ .........ଜାଣନ୍ତୁ

Horoscope

କେମିତି କଟିବ ଆଜି ଆପଣଙ୍କ ଦିନ .........ଜାଣନ୍ତୁ

Ritu Das
Browse all articles by Ritu Das
·2 years ago·4 min read
କେମିତି କଟିବ ଆଜି ଆପଣଙ୍କ ଦିନ .........ଜାଣନ୍ତୁ

ଅର୍ଗସ ବ୍ୟୁରୋ: କଣ ରହିଛି ଆପଣଙ୍କ ଭାଗ୍ୟଫଳ । କେମିତି କଟିବ ଆପଣଙ୍କ ଦିନ । ଘରୁ ବାହାରିବା ପୂର୍ବରୁ ଦେଖିନିଅନ୍ତୁ ରାଶିଫଳ 
ମେଷ-
ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ
ବୃଷ-
ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।  ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ ।  ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ ।  ଆପଣ ନିଜ କଥାରେ  ଅନ୍ୟ ମାନଙ୍କ ମନ ମୋହିବେ । ନିଜର ଚତୁରତା ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରୀଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତରେ ଉତ୍ସାହିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ
କର୍କଟ-
ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ । ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ ।  ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ
କନ୍ୟା-
ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି । ପୁତ୍ରକନ୍ୟାଙ୍କ ହେତୁ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ
ତୁଳା-
କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ, ଯାହାକି ସ୍ୱାସ୍ଥ୍ୟ ହାନିର କାରଣ ହୋଇପାରେ । ପରିବାରରେ ସମସ୍ୟା ସମାଧାନ କରିବାରେ ସଫଳତା ହାସଲ କରିବେ । ଜମିଜମା କାରବାର, ନିର୍ମାଣ, ପରିବହନରୁ ଲାଭ ପାଇବେ । ମନରେ ଦୁଃଖ ଭରି ରହିଥିଲେ ମଧ୍ୟ ଦାୟିତ୍ୱ ନେଇଥିବା କାମରେ ହେଳା କରିବେ ନାହିଁ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ 
ବିଛା-
ଆଲୋଚନା କ୍ଷେତ୍ରରେ କଡା ଭାଷାର ପରିଣାମ ଭୋଗିବାକୁ ପଡିପାରେ । ଶତ୍ରୁତା କରୁଥିବା ଲୋକେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ରାଜନୀତି, ସଙ୍ଗଠନ, ଆଇନ,ପ୍ରକାଶନ କ୍ଷେତ୍ରରେ ଯେମିତି ଇଚ୍ଛା କରୁଛନ୍ତି ତାହା ପାଇବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣମାନେ ଖୁସି ଅନୁଭବ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଧନୁ-
ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇପାରେ । ଶାରୀରିକ ଚିନ୍ତା ଦୂର ହେବ ।  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ବସ୍ତ୍ର ମନ୍ଦିରରେ ଦାନ କରନ୍ତୁ
ମକର-
ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଶାରୀରିକ ଅସୁସ୍ଥତା ଅନୁଭବ କରିବେ । କିଛି ନୂଆ କାମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଂଶସିତ ହେବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ ।  ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ମୀନ-
ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ । ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Know how to spend | Argus News