ଛୁଟିବାରରେ ଏହି 4 ରାଶି ସତର୍କ ରୁହନ୍ତୁ...

ଭୁବନେଶ୍ୱର: ଆଜି କେମିତି କଟିବ ଆପଣଙ୍କ ଦିନ । ଛୁଟିବାରରେ କଣ କରିବେ କଣ କରିବେ ନାହିଁ । ଜାଣିନିଅନ୍ତୁ ।
ମେଷ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କେସରର ତିଲକ କପାଳରେ ଲଗାନ୍ତୁ
ବୃଷ-
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ୟ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
📱 Get Argus News App
✨ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭଦାୟକ ନୁହେଁ ।
ଅଫିସରେ କାହାକୁ କିଛି ନକହି ମନ କଥା ମନରେ ମାରି ରହିବାକୁ ପଡିପାରେ । ସଭାସମିତିରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର,କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ଚିନ୍ତା ନ କରି କାମରେ ମନ ଦିଅନ୍ତୁ, ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍ ହେବେ । ଆପଣ ଅଯଥା ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଅଫିସର ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ । ତରବରିଆ ପଦକ୍ଷେପ ନେଲେ ଅସୁବିଧା ଦେଖାଦେଇପାରେ । ଦୂର ଯାତ୍ରା ସମୟରେ ଝଗଡାର ସମ୍ଭାବନା ଅଛି । ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ହୋଇପାରେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ମାନସିକ ଅସ୍ଥରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅତୀତ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି,ତାହା ସାମାନ୍ୟ ବିଳମ୍ବରେ ପାଇବେ । କଳା, ସଙ୍ଗୀତ ତଥା କ୍ରୀଡା କ୍ଷେତ୍ରରେ ସଫଳତା ମିଳିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଅନ୍ୟମାନଙ୍କ ସାହାଯ୍ୟ ଲାବ କରି କାମ ହାସଲ କରିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ସଭାସମିତିରେ ଯୁକ୍ତିତର୍କରୁ ଦୂରେଇ ରହିବା ଭଲ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ବସ୍ତ୍ର ଭୂଷଣ ପ୍ରାପ୍ତି ଯୋଗ ରହିଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ