ଜାଣନ୍ତୁ ଆଜିର ରାଶିଫଳ...

ଅର୍ଗସ ବ୍ୟୁରୋ: ଜାଣନ୍ତୁ କେମିତି କଟିବ ଆଜିର ଦିନ ଆପଣଙ୍କର। ନଜର ପକାନ୍ତୁ ...
ମେଷ-
ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ । ଲେଖକଙ୍କ ଲାଗି ଭଲ ଦିନଟିଏ । କାରବାରରେ ଲାଗିରହିଥିବା ସମସ୍ୟାର ନିବାରଣ ହେବ । ଯୋଗ୍ୟ ସନ୍ତାନର ବିବାହ ବିଷୟରେ ଆଲୋଚନା ହୋଇପାରେ । ମହିଳା ମାନେ କଠିନ ପରିଶ୍ରମ କରିବେ । ବ୍ୟବସାୟରେ ଆଶାଜନକ ଫଳ ମିଳିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରଖିଲେ କୌଣସି ଭୁଲ୍ କାମ କରି ଅନୁତାପ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଭୋକିଲା ଲୋକଙ୍କୁ ନିରାଶ କରନ୍ତୁ ନାହିଁ
ମିଥୁନ-
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୂଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ । ଗୃହସୀମାକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ । ଆତ୍ମ ସମ୍ମାନ ଉପରେ ଆପୋଷ ବୁଝାମଣା କରନ୍ତୁ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ଖାଇବାକୁ ଦିଅନ୍ତୁ
କର୍କଟ-
ପାରିବାରିକ ଚାପର ସମ୍ମୁଖୀନ ହେବାକୁ ପଡିବ । ନୂତନ କାର୍ଯ୍ୟ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍ । ସମ୍ମୁଖକୁ ଆସୁଥିବା ସବୁ ଆହ୍ୱାନର ଦୃଢ ମୁକାବିଲା କରିବେ । ଅଫିସ କାମ ସଂପୂର୍ଣ୍ଣ କରିବା ପାଇଁ ବ୍ୟସ୍ତ ରହିବେ । ପାଖଲୋକଙ୍କ ଠାରୁ ଖୁସି ଖବର ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ଜୀବନ ସାଥୀଙ୍କ ସମର୍ଥନ ଓ ବନ୍ଧୁଙ୍କ ପ୍ରେରଣା ଅନେକ ଚିନ୍ତାକୁ ଦୂରେଇ ଦେବ । ରାଜନୈତିକ କ୍ଷେତ୍ରରେ ବାଦ ବିବାଦ ଠାରୁ ଦୂରେଇ ରହିବା ଉଚିତ୍ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଜୀବନ ସାଥୀଙ୍କ ସହ ଦିନ ଭଳରେ କାଟିବେ ।ନିଜର କ୍ରୋଧ ଉପରେ ନିୟତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶିକ୍ଷା କ୍ଷେତ୍ରରେ ବିଦ୍ୟାର୍ଥୀମାନେ ସୁନାମ ଅର୍ଜନ କରିବେ । ଭାଇ ଭାଇ ଭିତରେ ଛୋଟ କଥାକୁନେଇ କଳହ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ଦାମ୍ପତ୍ୟ ସମ୍ପର୍କରେ ପରସ୍ପର ପ୍ରତି ସମର୍ପିତ ହୋଇ ଶାନ୍ତି ପାଇବେ । ଆପଣଙ୍କ ବିଚାର ସକାରାତ୍ମକ ରହିବ । ଯାହା ବି କାମ କରିବେ ସଫଳତା ପାଇବେ। ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ପିଲାମାନେ ପିତା ମାତାଙ୍କ ମୁଣ୍ଡ ଉପରକୁ ହେଲାଭଳି କାମ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ
📱 Get Argus News App
✨ବିଛା-
କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କ ର ସାହାର୍ଯ୍ୟ ସହଯୋଗ ମିଳିବ । ନୂଆ ବେପାରରେ ସାମିଲହେବାର ସ୍ୟୁୋଗ ପାଇପାରନ୍ତି । ରାଜନେତାଙ୍କ ଲାଗି ଭଲ ଦିନଟିଏ । ଛାତ୍ର ଛାତ୍ରୀମାନେ ପଢାରେ ମନ ଦେବେ ନାହିଁ । ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ବ୍ୟବସାୟରେ ଆଶାଠୁ ଅଧିକ ଲାଭ ପାଇବେ । ଅଫିସ୍ କାମ ଅତିଶୀଘ୍ର ସମ୍ପୂର୍ଣ୍ଣ କରିବେ । ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ମକର-
ବ୍ୟବସାୟରେ ନାନା ପ୍ରକାର ସୁବିଧା ସୁଯୋଗ ମିଳିବ । ଦୀର୍ଘ ଦୀନରୁ ଲାଗିରହିଥିବା ଚିନ୍ତା କମ୍ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ବନ୍ଧୁ ଓ ପରିବାର ଲୋକଙ୍କ ସହିତ ହସ ଖୁସିରେ ସମୟ ବିତିବ । ଗାୟକଙ୍କ ଲାଗି ଭଲ ଦିନଟିଏ । ରାଜନୀତିରେ ପଦୋନ୍ନତି ମିଳିବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ପରିବାରରେ ସମସ୍ତେ ହସ ଖୁସିରେ ଦିନ କାଟିବେ । ଶିକ୍ଷା କ୍ଷେତ୍ରରେ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
ମୀନ-
ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନଦେବେ ନାହିଁ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
ଅଧିକ ପଢ଼ନ୍ତୁ ରାଶିଫଳ ଖବର