ସତର୍କ ରୁହନ୍ତୁ ଏହି ରାଶି...

୨୪.ବୁଧବାର
ମେଷ-
ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଶିକ୍ଷା କ୍ଷେତ୍ରରେ ଛିତ୍ରଛାତ୍ରୀ ମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ଭ୍ରମଣର ସଯୋଗ ପାଇବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ-
ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୈତୃକ ସମ୍ପତ୍ତି କୁ ନେଇ ପାରିବାରିକ ଦ୍ୱନ୍ଦ ତୁଟିଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିପାରେ। ଦ୍ରବ୍ୟ ନଷ୍ଟ ହୋଇପାରେ। ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ୟ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ । ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ଦିଗ ଅନୁକୂଳ ରହିବ। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ। ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । କୌଣସି କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ ପାଇଁ ଆହୁରି ବହୁ ସମୟ ଲାଗିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହିତ ସମୟ ଆନନ୍ଦମୟ ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । କଠିନ ଶ୍ରମ ଓ ଅନିଦ୍ରାଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହାନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପରୋପକାର ମନୋଭାବରୁ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । କର୍ମ କ୍ଷେତ୍ରରେ ମନୋବଳ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଗଣମାଧ୍ୟମ କର୍ମଚାରୀଙ୍କ ଲାଗି ଦିନଟି ବହୁତ ଭଲ । ବନ୍ଧୁ ସହ କୌଣସି କଥା ରେ ମତଭେଦ ଦେଖାଦେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ
ମକର-
ଖାଦ୍ୟ ପାନୀୟ ନେଇ ସଜାଗ ରୁହନ୍ତୁ । ଭାଗ୍ୟ ଭରସାରେ ରୁହନ୍ତୁ ନାହିଁ । କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାରରେ ଲୋକେ ପ୍ରଭାବିତ ହେବେ । ବ୍ୟବସାୟରେ ଅଶାଜନକ ଫଳ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଦାମ୍ପତ୍ୟ ଜୀବନରେ ମଧୁରତା ବଢିବ । ଭାଇ ଭଉଣୀଙ୍କ ସହ ସମୟ ବିତିବ । ନୂଆ କାମ ଆରମ୍ଭ କରିବା ଯୋଗୁ ଘରଲୋକ ଖୁସି ହେବେ ।ଅଫିସ୍ ରେ ମିଥ୍ୟା ଅଭିଯୋଗ ସମାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ସଫଳତାର ନୂଆ ମାର୍ଗ ଖୋଲିବ । ବାଣିଜ୍ୟ ବିଦ୍ୟାର୍ଥୀ ଙ୍କୁ କିଛି ନୂଆ ଶିଖିବାକୁ ମିଳିବ । କୌଣସି ବ୍ୟକ୍ତିଙ୍କ ଠାରୁ ଆଶାଠୁଁ ଅଧିକ ଲାଭ ହେବ । ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । କୌଣସି ଜରୁରୀ ଯୋଜନା କାର୍ଯ୍ୟକାରୀ କରିବେ । ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ପଡିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ