Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜି କେମିତି କଟିବ ଆପଣଙ୍କ ଦିନ ପଢନ୍ତୁ... 

Smruti Parija
Browse all articles by Smruti Parija
·2 years ago·5 min read
ଆଜି କେମିତି କଟିବ ଆପଣଙ୍କ ଦିନ ପଢନ୍ତୁ... 

ଅର୍ଗସ ବ୍ୟୁରୋ: ଆଜି କ'ଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । କେମିତି କଟିବ ଆପଣଙ୍କ ଦିନ ପଢନ୍ତୁ... 

ମେଷ

ଅଶ୍ୱନୀ – ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ ।  ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ ।  ଆପଣ ନିଜ କଥାରେ  ଅନ୍ୟ ମାନଙ୍କ ମନ ମୋହିବେ 
ଦ୍ୱିଜା – ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।
କୃତିକା – କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ମହିଳା ଛାତ୍ରୀ ମାନେ ପୁରସ୍କୃତ ହୋଇପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-    

କୃତିକା- ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ 
ରୋହିଣୀ- ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। 
ମୃଗଶିରା- ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର‌୍ୟ୍ୟଚ୍ୟୁତି ଘଟିପାରେ। ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ

ମୃଗଶିରା - ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ 
ଆଦ୍ରା -  ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ
ପୁନର୍ବସୁ - ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ । ପ୍ରେମିକା , ପ୍ରେମିକ ମାନଙ୍କୁ ଆଶାଜନକ ଫଳ ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

କର୍କଟ-

ପୁନର୍ବସୁ- ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । ପାରିବାରିକ ସମସ୍ୟା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ।
ପୁଷ୍ୟା- ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି। 
ଅଶ୍ଳେଷା- ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ। କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି। 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  

ସିଂହ

ମଘା – ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । 
ପୂ , ଫାଲଗୁନୀ -  ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଉ ,ଫାଲଗୁନୀ – ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଦୂର  ସ୍ଥାନକୁ ଯାତ୍ରା କରିବେ । ନିଜ ପରିଶ୍ରମର ସଫଳତା ପାଇବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ 

କନ୍ୟା-

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଉ- ଫାଲ୍‌ଗୁନୀ- ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର‌୍ୟ୍ୟ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ। 
ହସ୍ତା- ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି।
ଚିତ୍ରା- ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯିବ। 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା -

ଚିତ୍ରା – ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ଆପଣଙ୍କର କେତେକ କ୍ଷେତ୍ରରେ ଉନ୍ନତିକର ହେବ
ସ୍ୱାତୀ – ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ
ବିଶାଖା – ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ଯାନବାହନ କ୍ରୟ କରିବାର ସୁବିଧା ପାଇବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ବିଛା-

ବିଶାଖା- ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ।
ଅନୁରାଧା- କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ନିଜର ବିଚାରଧାରା ଅନୁଯାୟୀ କାର‌୍ୟ୍ୟ ସମ୍ପନ୍ନ ସାଙ୍ଗକୁ ଅର୍ଥ ଲାଭ ହେବ। 
ଜ୍ୟୋଷ୍ଠା- ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ। କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ

ମୂଳା – ଭାଇ, ଭାଇ ମଧ୍ୟରେ  ସାମାନ୍ୟ ସମସ୍ୟା ଦେଖା ଦେଇପାରେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ । 
ପୂ , ଷାଢା – ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି  ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।  
ଉ , ଷାଢା – ଭୂ-ସମ୍ପତି କିଣିବାର ଯୋଗ ରହିଛି ।  ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –  ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର

ଉ, ଷାଢା- ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା କାର‌୍ୟ୍ୟହାନିର କାରଣ ପାଲଟିଯିବ। ସାଧାରଣ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। 
ଶ୍ରବଣା- ପାରଷ୍ପରିକ ଉତ୍ତମ ବୁଝାମଣା ଯୋଗୁ ପାରିବାରିକ ଜୀବନ ନିୟନ୍ତ୍ରଣ ମଧ୍ୟରେ ରହିବ। ପଡ଼ୋଶୀମାନଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ
ଧନିଷ୍ଠା- ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କାରଣରୁ ମନରେ ସରସତା ରହିବ ନାହିଁ । ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ

ଧନିଷ୍ଠା – ସ୍ୱାସ୍ଥ୍ୟରେ ସୁଧାର ଆସିବ ।  ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । 
ଶତଭିଷା –  ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଲେଖକ, ପତ୍ରକାର, ଠିକାଦାର ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ ।
ପୂ , ଭାଦ୍ରପଦ  – ପୁରୁଣା କରଜ ଆପଣଙ୍କୁ ଫେରସ୍ତ  ମିଳିପାରେ ।  ଘର ଜାଗା ଓ ସମ୍ପତି ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ

ପୂ, ଭାଦ୍ରପଦ- ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ।
ଉ, ଭାଦ୍ରପଦ- ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ପରିମାଣ ହୋଇପାରେ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ରେବତୀ- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Sponsored
know-todays-horoscope | Argus News