Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Horoscope

ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Ritu Das
Browse all articles by Ritu Das
·1 year ago·4 min read
ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

ଅର୍ଗସ ବ୍ୟୁରୋ: ରାଶିଫଳକୁ ନେଇ ଚିନ୍ତିତ କି। ଚାଲନ୍ତୁ ଜାଣିବା ଆଜିର ଦିନଟି ଆପଣଙ୍କର କିପରି କଟିବ। 
ମେଷ-
ଟନସିଲର ବୃଦ୍ଧି ଇତ୍ୟାଦି ସମସ୍ୟା ମଧ୍ୟ ହୋଇପାରେ ।  ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ । ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷୀ ହୋଇପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ବୃଷ-
ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ୍ବ ତୁଟିଯିବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ    
ମିଥୁନ-
ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ଯ୍ୟ ସମାପ୍ତ ହେବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର୍ଯ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ 
କର୍କଟ-
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ  ଯୋଜନାବଦ୍ଧ ରୂପେ କାମ କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି। ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତ୍ତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
କନ୍ୟା-
ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ। କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜ୍ବଳ ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ
ତୁଳା-
ମୂତ୍ରାଶୟ ସଂକ୍ରମଣ ସମ୍ବନ୍ଧୀୟ ସମସ୍ୟା  ଆପଣଙ୍କୁ ହଇରାଣ କରିପାରେ । ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ସଞ୍ଚିତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ । ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା' ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ସୃଜନଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ଓକିଲଙ୍କ ପାଇଁ  ଦିନଟି ଭଲ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୌଣସି ବଡ ସୁବିଧା ମିଳିବା  ଯୋଗୁଁ ଧନ ଲାଭ ହେବ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣାଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । 
ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରାଶିକୁ ପିମ୍ପୁଡିକୁ ଖାଇବାକୁ  ଦିଅନ୍ତୁ
ମୀନ-
ପ୍ରେମୀଯୁଗଳ ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ ଆନନ୍ଦମୟ ମୂହୁର୍ତ୍ତ ସହିତ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନ ଜନକ ଘଟଣା ଦେଖାଦେବ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ  କରି କାର୍ଯ୍ୟରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Know today's | Argus News