ଜାଣନ୍ତୁ ଆଜିର ରାଶିଫଳ, କେମିତି କଟିବ ଆପଣଙ୍କ ଦିନ...

୨୭.ସୋମବାର
ମେଷ-
ବିଭିନ୍ନ ପୁରୁଣା ସମସ୍ୟା ସମାଧାନ ନ ହେବା ଦୁଶ୍ଚିନ୍ତାର କାରଣ ହେବ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ଭଲସମ୍ପର୍କ ବାଧାପ୍ରାପ୍ତ ହେବ। ଆଲୋଚନା କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। କୁଟୀରଶିଳ୍ପ,କଳା ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ପ୍ରଶଂସିତ ହୋଇପାରନ୍ତି।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ, କିନ୍ତୁ ବିଶେଷ ଗୁରୁତର ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସମ୍ପୂର୍ଣ୍ଣ ଭାବରେ ଶାନ୍ତିର ବାତାବରଣ ଆସି ନ ପାରେ। ଶିକ୍ଷାରେ ଆଦୌମନ ଲାଗି ନ ପାରେ । କର୍ମ କ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
ସିଂହ-
କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିରକରି ସଫଳତା ପାଇପାରିବେ। ବନ୍ଧୁଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ମନୋବଳ କ୍ରମଶଃ ବୃଦ୍ଧିପାଇବ। ବିଭିନ୍ନ ପ୍ରକାର ସମସ୍ୟା ବୃଦ୍ଧି କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ବାରମ୍ବାର ଚେଷ୍ଟା କରିବା କାରଣରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ତୁଳା-
ସ୍ବାସ୍ଥ୍ୟ ସମସ୍ୟା ବହୁଳାଂଶରେ ସୁଧୁରିଯିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ପ୍ରଶାସନ, ପ୍ରକାଶନ, ଚୁକ୍ତିପତ୍ର, ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟିର ଆଶଙ୍କା ରହିଛି। ଅନ୍ୟମନସ୍କତା କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟହୋଇପାରେ। ପରିବାରରେ ସହନଶୀଳତାର ଅଭାବ ଓ ସ୍ବେଚ୍ଛାଚାରିତା ମନୋଭାବ ଅଶାନ୍ତିର କାରଣ ହେବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଛାତ୍ରିଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ ସି୍ଥତି ସୁଦୃଢ ହେବା ଯୋଗୁ ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚାଳିସା ପାଠ କରନ୍ତୁ
ଧନୁ-
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମାନସିକ ଶାନ୍ତି ଫେରିପାଇବେ। ଯାତ୍ରା ସମୟରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବା ସୂଚନା ରହିଛି। ଅର୍ଥ ସଙ୍କଟ କାରଣରୁ ଆଶା ଓ ଅଭିଳାଷ କେତେକାଂଶରେ ଅପୂରଣ ରହିଯାଇପାରେ। କର୍ମକ୍ଷେତ୍ର, ମାଲି ମକଦ୍ଦମା, ଲେଖାପଢ଼ା, ଜମିଜମା କାରବାର ପାଇଁ ଭଲ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ସ୍ବାସ୍ଥ୍ୟ ସମସ୍ୟା ସହ କର୍ମକ୍ଷେତ୍ରର ଅବ୍ୟବସ୍ଥା ଚିନ୍ତାଶୀଳତାକୁ ବୃଦ୍ଧିକରିବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗହେବା କଷ୍ଟକର ହୋଇପାରେ। ସାମାଜିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରିବାରେ ପଛେଇଯାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ ସକାଶେ କୌଣସି ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । ଆପଣ ସକାରତ୍ମକ ରହିବେ । ରାଜନେତା ନୂଆ କାର୍ୟ୍ୟ ଭାର ଗ୍ରହଣ କରିବେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ