Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଆଜିର ରାଶିଫଳ , ଜାଣନ୍ତୁ କେଉଁ ରାଶିରେ ଆଜିଠୁ ବଦଳିଯିବ ଭାଗ୍ୟ...

Swoyang prajna Mishra
Browse all articles by Swoyang prajna Mishra
·9 months ago·3 min read
ଆଜିର ରାଶିଫଳ , ଜାଣନ୍ତୁ କେଉଁ ରାଶିରେ ଆଜିଠୁ ବଦଳିଯିବ ଭାଗ୍ୟ...

Key Points

କାର୍ଯ୍ୟ ବ୍ୟସ୍ତତା କାରଣରୁ କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ବେଶି ସମୟ ସ୍ଥିର ରହିପାରିବେ ନାହିଁ। ବନ୍ଧୁଙ୍କ ପ୍ରୟୋଜିତ ଗୁଜବ ମନକୁ ଚହଲାଇ ଦେଇପାରେ। ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ମଙ୍ଗଳ ଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।

ମେଷ-
ବ୍ୟବସାୟରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ମିତ୍ର ସହଯୋଗୀଙ୍କ ଦ୍ବାରା ଆଶାତୀତ ଲାଭ ପାଇବେ । ଅଟକି ଥିବା ଧନ ମିଳିବାରୁ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତି ହେବ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ

ବୃଷ-
ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭ କରିବାର ସୌଭାଗ୍ୟ ପ୍ରାପ୍ତ ହେବେ।



ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-
କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ ହେବ । ଜମିବାଡି ଜନିତ କେତେକ ସମସ୍ୟାର ସମାଧାନ ହେବ । ଆତ୍ମ ବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସାମାନ୍ୟ କଥାରେ ଅଯଥା ତର୍କ ନ କରି ଶାନ୍ତ ରହିବା ଉଚିତ୍ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷତି କରିବାକୁ ଚେଷ୍ଟା କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ-
ସାମୟିକ ସମସ୍ୟା ଆସିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେଇ କାମ ହାସଲ କରିବେ। ପାଖ ପଡୋଶୀମାନଙ୍କ ନିମନ୍ତ୍ରଣ କ୍ରମେ ମନୋରଞ୍ଜନରେ ଆଗ୍ରହୀ ହେବେ। ଅଫିସିଆଲ୍ କାମ ସକାଶେ ଅପରାହ୍ନରେ ଟେନ୍‌ସନ ବଢ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ଵରୀଙ୍କ ମନ୍ତ୍ର ପାଠ କରନ୍ତୁ

ସିଂହ-
ପ୍ରେମୀ ଯୁଗଳ ମାନେ କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ କ୍ଷତି ସହିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ସ୍ଵାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢିଭୂତ ହେବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ସମ୍ପର୍କୀୟଙ୍କୁ ସାହାଯ୍ୟ ସହ ଭଲ ପାଇବାକୁ କେନ୍ଦ୍ର କରି ପାରିବାରିକ ସମସ୍ୟା ଦେଖାଦେବ। ଅଫିସିଆଲ୍ ଟେନସନ୍ ଲାଗି ରହିବାରୁ ରକ୍ତଚାପ ବଢ଼ିପାରେ। ଧାର କରଜ କରି କାମ ତୁଲାଇ ନେବେ କିନ୍ତୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ନିଜର ଦାୟିତ୍ଵହୀନ କାରଣରୁ ଅପମାନିତ କିମ୍ବା ମନସ୍ତାପ କରିବାକୁ ପଡ଼ିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-

ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଭଗୀଦାରୀ ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନିଜର ବ୍ୟବହାର ସନ୍ତୋଷ ଜନକ ହେବା ଦ୍ୱାରା ଗୁରୁଜନଙ୍କ ବିଶ୍ୱାସ ଭାଜନ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ବିଛା-
କର୍ମକ୍ଷେତ୍ର ଓ ପାରିବାରିକ ଜୀବନରୁ ପ୍ରତିବନ୍ଧକ କ୍ରମଶଃ ଦୂରେଇ ଯିବ। ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ବନ୍ଧୁମାନଙ୍କ ଅବଦାନ ଅବିସ୍ମରଣୀୟ ରହିବ। ବ୍ୟବସାୟରୁ ସଂଗୃହୀତ ଅର୍ଥ ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ବ୍ୟୟିତ ହୋଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଧନୁ-
ନିଜର ଇଛା ବିରୋଧରେ କାମ କଲେ ଅସୁବିଧାରେ ପଡିପାରନ୍ତି । ପରିବାରରେ ସୁଖ ଶାନ୍ତି ଦେଖାଦେବ । ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ । ରାଜନୀତିରେ ଯଶ ମାନ ବୃଦ୍ଧି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷା ଓ ପ୍ରତିଦ୍ଵନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢନ୍ତୁ : ଆଜିର ରାଶିଫଳ: ସମସ୍ୟାରୁ ମୁକ୍ତି ପାଇବେ ଏହି ରାଶି


ମକର-
ଆପଣଙ୍କର ରୁକ୍ଷ ବାକ୍ୟାଳାପ ବନ୍ଧୁଙ୍କୁ ଆପଣେଇ ନେବାରେ ପ୍ରତିବନ୍ଧକ ସାଜିପାରେ। ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାରେ ଜଣେ ହିତାକାଂକ୍ଷୀ ସାହାଯ୍ୟ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କର୍ମରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପୈତୃକ ସମ୍ପତ୍ତି ର ସମସ୍ୟା ସମାଧାନ ହେବ । କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ମାନ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ମୀନ-
ଯେଉଁ କାମରେ ହାତ ଦେବେ ସଫଳତା ନିଶ୍ଚିତ । ଅଫିସିଆଲ୍ ଟେନସନ୍ କିଛି ମାତ୍ରାରେ ଲାଗିରହିବ । ଆମଦାନୀ କାରବାର, ବ୍ୟବସାୟିକ କାରବାରରେ ଉନ୍ନତି ହେବ। ରାଜନୈତିକ ସ୍ଥିତି କିମ୍ବା ଆଇନ, ଅଦାଲତ ସମ୍ବନ୍ଧୀୟ କେତେକ ଦୁଶ୍ଚିନ୍ତା ମନକୁ ବିଷାଦିତ କରିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

Related Topics

Explore more stories

Sponsored
Know Today's horoscope , which zodiac sign will have their luck changed | Argus News