ଆଜି କେମିତି କଟିବ ଆପଣଙ୍କ ଦିନ...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ...
ମେଷ-
ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ପାରିବାରିକ ମାଙ୍ଗଳିକ କାର୍ୟ୍ୟର ସୂଚନା ମିଳିବ । ରାଜନୈତିକ ସମର୍ଥନ ପାଇବେ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଘରୁ ବାହାରିବା ସମୟରେ ଠାକୁରଙ୍କ ପାଖରେ ଦୀପଟିଏ ଜାଳନ୍ତୁ
ବୃଷ-
କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ପଡୋଶୀଙ୍କ ସହ ଲାଗିରହିଥିବା ବିବାଦ ଦୂର ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ନିଜ ଲୋକଙ୍କ ଠାରୁ ଶୁଭ ସମାଚାର ଶୁଣିବାକୁ ପାଇବେ । ବାକି କାମରେ ବନ୍ଧୁ ସାହାର୍ୟ୍ୟ କରିବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳେ ଦୀପଟିଏ ଜାଳନ୍ତୁ
ସିଂହ-
କର୍ମ କ୍ଷେତ୍ରରେ ବୁଦ୍ଧି ପୟୋଗ କରି କାର୍ୟ୍ୟ ହାସଲ କରିବେ । ପାରିବାରିକ ଜୀବନ ଶାନ୍ତିମୟ ହେବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତା କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ବାପା ମାଆଙ୍କ ସହ ସମ୍ପର୍କ ଭଲ ରହିବ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । ରାଜନିତିରେ ନିଜକୁ ଦୃଢ ରଖିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଭାବିଚିନ୍ତି ଜମିରେ ନିବେଶ କରନ୍ତୁ । ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ
ବିଛା-
ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । କୈାଣସି କାମ ତରବରିଆ ଭାବେ କରନ୍ତୁ ନାହିଁ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ମନରେ ଦୁଶ୍ଚିନ୍ତା ବଢିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ
ମକର-
ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ ।ରାଜନିତିରେ ସହଯୋଗ ମିଳିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
କାର୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଦାଲତରେ ଜୟଯୁକ୍ତ ହେବେ ।ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମୀନ-
ବିବାହ ଆଦି ଶୁଭ କାର୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ ।ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ଭାଗିଦାରି ବ୍ୟବସାୟୀ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ବିଫଳ ହେବ । ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ