Today Horoscope / କୁମାରପୂର୍ଣ୍ଣିମାରେ ଏହି ରାଶିର ବ୍ୟକ୍ତି ଏପରି କରନ୍ତୁ....ଦିନ ଶୁଭମୟ ହେବ

Key Points
ମେଷ-
ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ।
ମେଷ-
ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟରେ ସୌଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୌଣସି କଥା ଆଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ଲୋକ କଲ୍ୟାଣ କାର୍ଯ୍ୟ କରିବେ। ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସମାଧାନ ହୋଇପାରେ। ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟନ୍ତ୍ରଣାଧିନ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭଦାୟକ ନୁହେଁ। ଅଫିସରେ କାହାକୁ କିଛି ନକହି ମନ କଥା ମନରେ ମାରି ରହିବାକୁ ପଡିପାରେ । ସଭାସମିତିରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ରେ ଭାଗୀ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସହକର୍ମୀମାନେ କର୍ମ କ୍ଷେତ୍ରରେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ଅଫିସର ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ । ତରବରିଆ ପଦକ୍ଷେପ ନେଲେ ଅସୁବିଧା ଦେଖାଦେଇପାରେ। ଦୂର ଯାତ୍ରା ସମୟରେ ଝଗଡାର ସମ୍ଭାବନା ଅଛି । ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ଭାତୃ ସଂପର୍କରେ ଉନ୍ନତି ଘଟିବ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ
ମକର-
ମାନସିକ ଅସ୍ଥରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅତୀତ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି,ତାହା ସାମାନ୍ୟ ବିଳମ୍ବରେ ପାଇବେ । କଳା, ସଙ୍ଗୀତ ତଥା କ୍ରୀଡା କ୍ଷେତ୍ରରେ ସଫଳତା ମିଳିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ବସ୍ତ୍ର ଭୂଷଣ ପ୍ରାପ୍ତି ଯୋଗ ରହିଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
📱 Get Argus News App
✨Related Topics
Explore more stories