Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସିଂହ ରାଶି ବ୍ୟକ୍ତିଙ୍କ ବ୍ୟବସାୟରେ ଲାଭ ହେବ, ନୂତନ ଅବସର ମିଳିପାରେ

Horoscope

Horoscope / ସିଂହ ରାଶି ବ୍ୟକ୍ତିଙ୍କ ବ୍ୟବସାୟରେ ଲାଭ ହେବ, ନୂତନ ଅବସର ମିଳିପାରେ

Rashmita Mishra
Browse all articles by Rashmita Mishra
·1 hour ago·3 min read
ସିଂହ ରାଶି ବ୍ୟକ୍ତିଙ୍କ ବ୍ୟବସାୟରେ ଲାଭ ହେବ, ନୂତନ ଅବସର ମିଳିପାରେ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ପରିବାର ସହିତ ସଦଭାବନାପୂର୍ବକ ସମୟ ବିତାଇବେ। ବେପାରରେ ଲାଭ ପାଇବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ପ୍ରସଦ୍ଧି ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ କରିବେ। ସମାଜ ସେବା କରିବାରେ ମନଭାବ ପୋଷଣ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର‌୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ବୃଷ-
ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।
ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ମହିଳା ମାନେ ବନ୍ଧୁ ପରିଜନଙ୍କ ସହିତ ସମୟ ବିତାଇବେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର‌୍ୟ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ

ମିଥୁନ-
ବାପାଙ୍କ ସହଯୋଗରେ ଜରୁରୀ କାମ ପୂରା ହୋଇଯିବ। ଭାଗୀଦାରି ବେପାରରେ ଆପଣଙ୍କୁ ଲାଭ ହେବ। ମହତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ ହେବ। ସାମାଜିକ କାର‌୍ୟ୍ୟରେ ରୁଚି ବଢ଼ିବ। ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ

କର୍କଟ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବାରୁ ସାମୟିକ ଆନନ୍ଦିତ ରହିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିପାରନ୍ତି । ପିଲାଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ଧର୍ମକାର‌୍ୟ୍ୟରେ ମନ ଲାଗିବ। ଅଫିସର କୌଣସି କାମରେ ଦୂରସ୍ଥାନକୁ ଯାଇପାରନ୍ତି। ପରିବାରରେ ସବୁ ଲୋକ ଆପଣଙ୍କ ଉପରେ ଖୁସି ରହିବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର‌୍ୟ୍ୟ , ସହଯୋଗ କରନ୍ତୁ

ତୁଳା-
ପରିବାର ଲୋକଙ୍କ ସହ ଖୁସିର ମୁହୂର୍ତ୍ତ ଅତିବାହିତ କରିବେ। କାର‌୍ୟ୍ୟକ୍ଷେତ୍ରରେ ସଫଳତାର ଶିଖରରେ ପହଞ୍ଚିବେ। ପ୍ରତିଯୋଗିତାମୂଳକ ପରୀକ୍ଷା‌ ସଂପର୍କରେ ଭଲ ଖବର ପାଇବେ। ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ବିଛା-
କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସବୁ କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ । ଜେଲ୍ ରୁ ଜାମିନ୍ ମିଳିପାରେ । ନୂଆ ଜ୍ଞାନ ର ବୃଦ୍ଧି ହେତୁ ପ୍ରଚୁର ଧନ ଲାଭ ହେବ । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କାର‌୍ୟ୍ୟକ୍ଷେତ୍ରରେ ପୂର୍ବ ଜଣାଶୁଣାରୁ ଲାଭ ପାଇବେ। ଆପଣଙ୍କର ନୂଆ କୌଶଳ ଆପଣଙ୍କ ବ୍ୟବସାୟକୁ ଆଗକୁ ବଢ଼ାଇବ। ଦାମ୍ପତ୍ୟ ଜୀବନରେ ଖୁସି ରହିବ। ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ ଏବଂ ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ମକର-
ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର‌୍ୟ୍ୟକୁ ପୁରା କରିବାରେ ସକ୍ଷମ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ଶିକ୍ଷକଙ୍କ ଲାଗି ଦିନଟି ବହୁତ ଭଲ ରହିବ। ମହତ୍ବପୂର୍ଣ୍ଣ କାର‌୍ୟ୍ୟରେ ମାଆଙ୍କ ସହଯୋଗ ପାଇବେ। ଭଲ ସାମାଜିକ କର୍ମୀ ରୂପେ ପ୍ରସିଦ୍ଧି ବଢ଼ିବ। ଆମଦାନି ବଢ଼ିବା ପାଇଁ କୌଣସି ରାସ୍ତା ଫଟିବ। ସରକାରୀ କ୍ଷେତ୍ରରେ ସମ୍ମାନ ଜନକ କାର୍ଯ୍ୟ କରି ବିଦେଶ ଯାତ୍ରା କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ମୀନ-
ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଆର୍ଥିକ କ୍ଷେତ୍ରରେ ଲାଭବାନ ସହିତ ସଂଚୟ କରିପାରନ୍ତି । ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ଭାବ ପ୍ରକାଶ କରିବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁ ପରିଜନଙ୍କ ପ୍ରିୟ ପାତ୍ର ହେବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Leo Horoscope: Business Profits Likely, New Opportunities Ahead | Argus News