Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ, ଏହି ରାଶିକୁ ମିଳିବ ଖୁସି ଖବର...

Jitendra Dash
Browse all articles by Jitendra Dash
·2 years ago·4 min read
ଆଜିର ରାଶିଫଳ, ଏହି ରାଶିକୁ ମିଳିବ ଖୁସି ଖବର...

ଅର୍ଗସ ବ୍ୟୁରୋ : ୧୮, ଗୁରୁବାର । କେମିତି କଟିବ ଆଜି ଆପଣଙ୍କ ଦିନ । ତାକୁ ନେଇ ଚିନ୍ତିତ କି ? ତେବେ  ଜାଣି ରଖନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ ।
ମେଷ-
ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ବାହାନ କିଣିବା ଲାଗି ଆଗ୍ରହ ବଢିବ । ଚାକିରିରେ ପଦୋନ୍ନତି ମିଳିପାରେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ

ବୃଷ-
ବ୍ୟବସାୟରେ ଉନ୍ନତି କରିବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ । ଜମିବାଡିକୁ ନେଇ ଝାମେଲା ଦେଖାଦେଇପାରେ । ରାଜନୀତି  କ୍ଷେତ୍ରରେ ତଳିଆ କର୍ମୀଙ୍କ ସହଯୋଗ ପାଇବେ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-
କୌଣସି କାମରେ ଯଥେଷ୍ଟ ଲାଭ ହେବ । ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଅଧାରୁ ଛାଡିଦେଇଥିବା ବ୍ୟବସାୟକୁ ପୁନର୍ବାର ଆରମ୍ଭ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କର୍କଟ-
ସୁସ୍ଥ ଅନୁଭବ କରିବେ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଜମି ଏବଂ ସମ୍ପତ୍ତି ସହ ଜଡିତ ସମସ୍ୟା ଗୁଡିକରେ ଅସୁବିଧା ହେବାର ସମ୍ଭାବନା ଅଛି । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ଭୂ ସମ୍ପତ୍ତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ । ଯାତାୟତ ବେଳେ ସତର୍କ ରୁହନ୍ତୁ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ସ୍ୱାସ୍ଥ୍ୟ ଉପରେ ନଜର ରଖିବାକୁ ହେବ। ପ୍ରେମ ଏବଂ ପରିବାରର ବିକାଶରେ ଆଗ୍ରହ ହରାଇବାର ସମ୍ଭାବନା ରହିିଛି । ବ୍ୟବସାୟରେ ଅନେକ ବାଧାବିଘ୍ନ ର ସମ୍ମୁଖୀନ ହେବା ପରେ ସଫଳତା  ପାଇବେ । ରାଜନୈତିକ ସମର୍ଥନ ପାଇବେ । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା-
ଯେଉଁ କାମରେ ହାତ ଦେଲେ ମଧ୍ୟ ନିଶ୍ଚିତ ସଫଳତା ପାଇବେ । ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍ନା କରିବାକୁ ପଡିପାରେ।    ରାଜନୈତିକ କ୍ଷେତ୍ରରେ ବିବାଦିୟ ପରିସ୍ଥିତି ଦେଖାଦେଇ ପାରେ । ଆର୍ଥିକ ଦୃଷ୍ଟିରୁ,  ଅଧିକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବିଛା-
କର୍ମ କ୍ଷେତ୍ରରେ  ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି । ଛାତ୍ର ଛାତ୍ରୀ   ମାନେ ନିଜ କ୍ୟାରିୟର କୁ ନେଇ ଚିନ୍ତିତ ରହିବେ ।     ଭାଗୀଦାରି ବ୍ୟବସାୟରେ ସମସ୍ୟା ଦେଖାଦେଇପାରେ । ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତି ବିଗାଡ଼ି ଦେଇପାରେ। 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ଖାଦ୍ୟ,ପ୍ରତି ସଜାଗ ରୁହନ୍ତୁ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମ  ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର-
ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୌଭାଗ୍ୟ ପ୍ରଦାନ କରିବ । ବିବାହ ଜୀବନରେ ପ୍ରେମ ବଢିପାରେ । ସ୍ଥଗିତ କାର୍ଯ୍ୟ ପୁନର୍ବାର ସମାପ୍ତ କରିବେ । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିବ । ଭୂମି କ୍ରୟର ସୁଯୋଗ ଆସିପାରେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-
କର୍ମ କ୍ଷେତ୍ରରେ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । ପ୍ରଭାନଶାଳୀ ଲୋକଙ୍କ ସହେଯାଗରେ 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ଯେଉଁ କାମ କରିବେ ତାହା ମନ ମୁତାବକ ସମ୍ପର୍ଣ୍ଣ ହେବ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ପରାୟଣ ରହିବେ । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଅଧିକ ପଢନ୍ତୁ ରାଶିଫଳ ଖବର

Sponsored
Love and Relationship Horoscope for January 18, 2024 | Argus News