Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଆଜିର ରାଶିଫଳ, ଏହି ରାଶି ପାଇଁ ଶୁଭଫଳ ଆସିବ

Horoscope

ଆଜିର ରାଶିଫଳ, ଏହି ରାଶି ପାଇଁ ଶୁଭଫଳ ଆସିବ

Banajyotshna Ray
Browse all articles by Banajyotshna Ray
·2 years ago·4 min read
ଆଜିର ରାଶିଫଳ, ଏହି ରାଶି ପାଇଁ ଶୁଭଫଳ ଆସିବ

ଅର୍ଗସ ବ୍ୟୁରୋ: ଆରମ୍ଭ ହୋଇଗଲାଣି ନୂତନ ବର୍ଷ। ନୂତନ ବର୍ଷରେ ଆଜିର ଦିନ ଆପଣଙ୍କର କେମିତି କଟିବ ତାକୁ ନେଇ ଚିନ୍ତା ପ୍ରକଟ କରୁଛନ୍ତି କି। ତେବେ ଜାଣି ରଖନ୍ତୁ ଆପଣଙ୍କର ରାଶିଫଳ କଣ କହୁଛି। 
ମେଷ-
ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ । ପିତା ମାତା ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ବଦଳିବା ଯୋଗୁ ଚିନ୍ତିତ ହୋଇପାରନ୍ତି । ବେପାର ବୃତିରେ ସଫଳତା ହାସଲ କରିବେ । ଚାକିରୀ ରେ ପଦୋନ୍ନତି ର ସୁଯୋଗ ମିଳିପାରେ । ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ ।  ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷ ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ 
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ    
ମିଥୁନ-
ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କେହି ଆପଣଙ୍କୁ ସାହାର‌୍ୟ୍ୟର ହାତ ବଢାଇବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ରାଜନିତିରେ ଲୋକ ସମର୍ଥନ ମିଳିବା ଫଳରେ ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୁରୁଙ୍କୁ ପ୍ରଣାମ କରନ୍ତୁ
କର୍କଟ-
ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ବ୍ୟବସାୟରେ ଲାଭଜନକ ହେବ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ 
ସିଂହ-
ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।    କୌଣସି ଶୁଭ କାର୍ଯ୍ୟ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ଧର୍ମାନୁଷ୍ଠାନରେ ବା ମନ୍ଦିରରେ ଯୋଗଦାନ କରି ପ୍ରଂଶସିତ ହେବେ ।  ଜାଗା, ଜମି ଗୃହଆଦି କ୍ରୟ କରିବାର ସୁଯୋଗ ଅଛି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ
କନ୍ୟା-
ପାରିବାରିକ ଜୀବନ ହସ ଖୁସିରେ କଟିବ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିରେ ବିଚାର କରିପାରନ୍ତି । ମନୋରଞ୍ଜନ  କାର୍ଯ୍ୟରେ ନିଜକୁ ନିୟୋଜିତ କରି ଖୁସି ରହିବେ । ବେପାର ବୃତିରେ ସଫଳତା ହାସଲ କରିବେ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ ।  
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ତୁଳା-
କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ମାନସିକ ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କଣ କରିବେ କିମ୍ବା କଣ ନ କରିବେ ସ୍ଥିର କରିପାରିବେ ନାହିଁ । ଦୂର ଯାତ୍ରା ଭ୍ରମଣ କରିପାରନ୍ତି ।    ଚାକିରିରେ ଅପଦସ୍ତ ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଦହି ଚିନି ଖାଇ ଘରୁ ବାହାରନ୍ତୁ
ବିଛା-
ମହିଳାମାନେ ଅତୀତ କଥାକୁ ଚିନ୍ତା କରି ଦୁଃଖିତ ହୋଇପାରନ୍ତି । ପିଲାମାନେ ପରୀକ୍ଷାରେ ଭଲ ନମ୍ବରରେ ଉତୀର୍ଣ୍ଣ ହେବେ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ । ଅଧିକ ପରିଶ୍ରମ ହେତୁ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ। ଛାତ୍ର ଛାତ୍ରୀମାନେ ପଢାରେ ମନଦେବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ ହୋଇଯିବ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। ଦୂର ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଆଜି ଦିନଟି ବନ୍ଧୁ ମାନଙ୍କ ସହ ବିତାଇବେ । ଶିକ୍ଷା କ୍ଷେତ୍ରରେ ପିଲାମାନଙ୍କୁ ଭଲ ଫଳ ମିଳିବ 
ବନ୍ଧୁମାନେ ଅସୁବିଧା ସମୟରେ ଆପଣଙ୍କୁ ନିଶ୍ଚିନ୍ତ ସାହାଯ୍ୟ କରିବେ । ବିଦେଶ ଯାତ୍ରାର ସମ୍ଭାବନା ଅଛି । ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେଇ ପ୍ରତିିଶ୍ରୁତି ରକ୍ଷା କରିବେ। ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ଯାନବାହାନ ସତର୍କତା ସହ ଚଲାନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାଙ୍ଗକୁ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ ଡରି ନ ଯାଇ ସାହସର ସହ ମୂକାବିଲା କରନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Love and Relationship Horoscope for January 2, 2024 | Argus News