ଆଜିର ରାଶିଫଳ: ଦୁଇଟି ରାଶି ସତର୍କ ରୁହ

Key Points
ଜାଣନ୍ତୁ ଆଜିର ରାଶିଫଳ
ଦୁଇ ରାଶି ପାଇଁ ସତର୍କ ସୂଚନା
ମେଷ-
ପରିବାର ଲୋକ ଆପଣଙ୍କର ସବୁ ନିଷ୍ପତ୍ତିରେ ଆପଣଙ୍କ ସହ ରହିବେ। କିଛି ଜରୁରୀ ନିର୍ଣ୍ଣୟ ଆପଣଙ୍କୁ ଲାଭ ଦେଇପାରେ। ଆପଣଙ୍କ ଧ୍ୟାନ କାମ ସଂପୂର୍ଣ୍ଣ କରିବାରେ ଲାଗି ରହିବ। ଦୀର୍ଘ ଦିନରୁ କରିଆସୁଥିବା ପ୍ରୟାସରେ ସନ୍ତୋଷଜନକ ଫଳ ପାଇବେ। ପାରିବାରିକ ଜୀବନ ଆନନ୍ଦମୟ ରହିବ। ଜୀବନସାଥୀ ଉପରେ ଭରସା ବଜାୟ ରଖନ୍ତୁ। ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ବୃଷ-
କୌଣସି କାମରେ ଅଧିକ ଯାତୟାତ କରିବାକୁ ପଡ଼ିପାରେ। ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। ରାଜନୀତିରେ ସଫଳତା ପାଇବେ। କାହାରିକୁ ଧାର ଦେଲେ ଆର୍ଥିକ ସ୍ଥିତି ଦୁର୍ବଳ ହେବ। ଇଂଜିନିୟର୍ସଙ୍କୁ ଦିନଟି ଲାଭ ଦେବ। ବ୍ୟବସାୟରେ ବାପାଙ୍କର ସାହାଯ୍ୟ ପାଇବେ। ଘରେ ପିଲାମାନଙ୍କ ସହିତ ସମୟ ବିତାଇବେ। ଯାନ କିଣିବା ଲାଗି ମନ ବଳିବ। ଘରକୁ କୁଣିଆ ଆସିବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଉନ୍ନତି ପାଇଁ କୌଣସି ନୂଆ ମାର୍ଗ ନଜର ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଆପଣଙ୍କୁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ। ରାଜନୀତିରେ ସଫଳତା ପାଇବେ। ଅଚାନକ ଧନଲାଭ ହେବ। ଆପଣଙ୍କ ସମ୍ମୁଖକୁ କୌଣସି ଆହ୍ବାନ ଆସିବ। କ୍ୟାରିୟର ସମ୍ବନ୍ଧୀୟ ଚୟନ ପାଇଁ ଭଲ ଦିନଟିଏ। ସ୍ୱାସ୍ଥ୍ୟ ପ୍ରତି ସତର୍କ ରହନ୍ତୁ। ନବବିବାହିତ ଦମ୍ପତ୍ତି ବାହାରକୁ ବୁଲି ଯିବେ। ଫାଇନିଆର୍ଟସ ଛାତ୍ରଙ୍କ ଲାଗି ଦିନଟି ଭଲ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ
କର୍କଟ-
ଅଫିସ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ପ୍ରେମ ଜୀବନ ଭଲ ରହିବ। ଚାକିରିଆଙ୍କୁ ପଦୋନ୍ନତିର ଅବସର ମିଳିବ। ଜୀବନରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ। ଗୃହିଣୀମାନେ ଘର କାମରେ ବ୍ୟସ୍ତ ରହିବେ। ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଉପକୃତ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ଜୀବନସାଥୀଙ୍କୁ କୌଣସି କାମରେ ସଫଳତା ଯୋଗୁଁ ପରିବାରରେ ଖୁସିର ପରିବେଶ ରହିବ। ଛାତ୍ର ମହତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ କେନ୍ଦ୍ରୀତ କରିବେ। ବ୍ୟବସାୟରେ କାମରେ ଦୂରସ୍ଥାନକୁ ଯିବେ।
ମହିଳାମାନଙ୍କ ପାଇଁ ଦିନଟି ଆରାମଦାୟକ ରହିବ। ବହୁରାଷ୍ଟ୍ରିୟ କଂପାନିରୁ ଚାକିରି ପାଇଁ କୋଲ୍ ଆସିପାରେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ
କନ୍ୟା-
ଅଫିସରେ କାମର ବୋଝ ବଢ଼ିପାରେ। ପାରିବାରିକ କାମ ସଂପୂର୍ଣ୍ଣ କରିବାରେ ପରିବାର ଲୋକଙ୍କ ସହଯୋଗ ପାଇବେ। ଆପଣଙ୍କୁ ଲାଭର ଅବସର ମିଳିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। ଆପଣଙ୍କ ଚଞ୍ଚଳ ସ୍ବଭାବ ପାଇଁ ଲୋକେ ପ୍ରଭାବିତ ହେବେ। ଦୀର୍ଘ ଦିନରୁ ଲାଗି ଭାବିଥିବା କାମ ସଂପୂର୍ଣ୍ଣ ହୋଇଯିବ। କତୃପକ୍ଷ ଆପଣଙ୍କ ଦେଖି ପ୍ରଶଂସା କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
କୌଣସି ବିଶେଷ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ଆପଣଙ୍କୁ ରୋଜଗାରର ଉଚିତ ଅବସର ପ୍ରାପ୍ତ ହେବ। ମହିଳାମାନେ ଜିନିଷ କିଣିବା ଲାଗି ସହରକୁ ଯିବେ। ଛାତ୍ରଙ୍କୁ ଲାଗି ଦିନଟି ଭଲ।ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଭଲ ଦିନଟିଏ। ଗୃହିଣୀମାନେ ପିଠାପଣା ତିଆରି କରି ଜୀବନସାଥୀଙ୍କୁ ଖୁଆଇବେ। ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାଯ୍ୟ କରନ୍ତୁ
ବିଛା-
ବ୍ୟବସାୟୀଙ୍କୁ ଧନଲାଭ ହେବ। ସିଭିଲ୍ ଇଂଜିନିୟରଙ୍କୁ କୌଣସି ବଡ଼ ଉଦ୍ୟୋଗରେ ଚାକିରି ପାଇଁ ଡ଼ାକରା ଆସିପାରେ। ଶତ୍ରୁ ଦବି ରହିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ। ପରିବାର ଲୋକଙ୍କ ସହିତ ସମୟ ଅତିବାହିତ କରିବେ। ଧର୍ମକାର୍ଯ୍ୟରେ ମନ ଲଗାନ୍ତୁ ଶାନ୍ତି ପାଇବେ। ବେପାରୀବର୍ଗଙ୍କୁ ଅଚାନକ ଧନଲାଭ ହୋଇପାରେ। ସନ୍ତାନଙ୍କ ଶିକ୍ଷାରେ ଉନ୍ନତି ହେବାର ସମ୍ଭାବନା।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ଆପଣଙ୍କର ସବୁ କାମ ସହଜରେ ହୋଇଯିବ। ବ୍ୟବସାୟ କାମରେ ବନ୍ଧୁ ସହିତ ବାହାରକୁ ଯିବେ। ଦାମ୍ପତ୍ୟ ଜୀବନ ବହୁତ ଭଲ ରହିବ। କରିଆସୁଥିବା କାମରେ ଯଥେଷ୍ଟ ଲାଭ ପାଇବେ। ଜୀବନରେ ଲୋକମାନଙ୍କର ସହଯୋଗ ପାଇବେ। କିଛି ନୂଆ ବନ୍ଧୁ ବନାଇବାର ସମ୍ଭାବନା। ଛାତ୍ରମାନେ ଏକାନ୍ତ ଜାଗାରେ ଅଧ୍ୟୟନ କରନ୍ତୁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ପରିବାରର ସବୁ ଲୋକ ମିଳିମିଶି ମନୋରଂଜନ କାର୍ଯ୍ୟରେ ଆନନ୍ଦ ଉପଭୋଗ କରିବେ। ବ୍ୟବସାୟରେ ଅଚାନକ ଧନଲାଭ ହେବ। ବିନା କାରଣରେ ପରିବାର ଲୋକଙ୍କ ଉପରେ ରାଗନ୍ତୁ ନାହିଁ। ମହତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ତାହା ପୂରା ହୋଇଯିବ। ଓକିଲଙ୍କ ଲାଗି ଦିନଟି ବହୁତ ଭଲ। ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ। ଘର ସଜାଇବା କାମ କରାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ପୂର୍ବ କଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ଘରକୁ ଅଚାନକ କୌଣସି ବନ୍ଧୁ ଆସିବେ। ଆପଣଙ୍କର ସବୁ ସମସ୍ୟାର ସମାଧାନ ବାହାରିବ। ଆମଦାନିରେ ବୃଦ୍ଧି ହେବାର ସମ୍ଭାବନା। ବ୍ୟବସାୟରେ ଅଚାନକ ଧନଲାଭ ହେବ। ଗରିବ ଲୋକଙ୍କୁ ସାହାଯ୍ୟ କରିବେ। କାମ କରିବା ପୂର୍ବରୁ ବାପା ମାଆଙ୍କର ଆଶୀର୍ବାଦ ନିଅନ୍ତୁ। କଳାକ୍ଷେତ୍ରରେ ଥିବା ଲୋକଙ୍କୁ ସମ୍ମାନ ପ୍ରାପ୍ତ ହେବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ। କୌଣସି କାମରେ ଜୀବନସାଥୀର ସହଯୋଗ ପାଇବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ସୁଯୋଗ ପାଇବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ସ୍ମରଣୀୟ।ଭାଗ୍ୟ ଆପଣଙ୍କୁ ପୂରା ସାଥ ଦେବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କୁ ଉପହାର ଦେବେ। ପରିବାର ଲୋକଙ୍କ ସହିତ କୌଣସି ଜରୁରୀ ମାମଲାରେ କଥା ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ