Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଭାଗ୍ୟଶାଳୀ ହୋଇପାରନ୍ତି ଏହି ରାଶିର ବ୍ୟକ୍ତି

Rashmita Mishra
Browse all articles by Rashmita Mishra
·7 months ago·3 min read
 ଭାଗ୍ୟଶାଳୀ ହୋଇପାରନ୍ତି ଏହି ରାଶିର ବ୍ୟକ୍ତି
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

ମେଷ-
ସ୍ୱାସ୍ଥ୍ୟ ଭଲ ରହିବା ସହ ଅର୍ଥଲାଭ ହେବ । ଲକ୍ଷ୍ୟ ପୂରଣ ହେବାରେ ସାମାନ୍ୟ ଅସୁବିଧା ଦେଖାଦେଇପାରେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କାମ ହାସଲ ସକାଶେ ଅନ୍ୟ ଉପରେ ନିର୍ଭର କରିପାରନ୍ତି । ବନ୍ଧୁଙ୍କ ସାହାଯ୍ୟରେ ଅଟକିଥିବା ଜମିବାଡି କାମ ସଫଳ ହେବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଆରାଧନା କରନ୍ତୁ

ବୃଷ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ। ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର‌୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜା କରନ୍ତୁ

ମିଥୁନ-
ସ୍ୱାସ୍ଥ୍ୟ ରେ ଉନ୍ନତି ଘଟିବ । ଯାନବାହନ ଚଳାଇବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ । ପଡ଼ୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଜାଗା, ଜମି ଓ ଯାନବାହନ କ୍ରୟ କରିବା ପାଇଁ ମନ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ସୃଷ୍ଟି ହୋଇପାରେ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ସିଂହ-
ସବୁ ଜାଗାରେ ଅଯଥା ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବେ । ଆଜି ଦିନଟି ପିତା ମାତାଙ୍କ ସହ ବିତାଇ ବହୁତ ଖୁସି ହେବେ । ଯାନବାହନରେ ଭ୍ରମଣବେଳେ ଆପଣଙ୍କ ଜିନିଷ ଚୋରି ହୋଇପାରେ । କୋର୍ଟର ନିଷ୍ପତ୍ତି ଆପଣଙ୍କ ଲାଗି ଫଳପ୍ରଦ ହେବ । ବନ୍ଧୁ ବର୍ଗଙ୍କ ସହାନଭୂତି ଲାଭ କରି କାମ ହାସଲ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ଯେମିତି ଭାବୁଛନ୍ତି ତାହା ସମ୍ପନ୍ନ ହେବାରେ ଅସୁବିଧା ହେବନାହିଁ । ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ ବନ୍ଧୁ ଆସିପାରନ୍ତି। ପରିବାର ଲୋକମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ନିଜ ସୀମା ଭିତରେ ରହିବା ଭଲ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ତୁଳା-
ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କଳା ସାହତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡିକରେ ସମସ୍ୟା ସମାଧାନ ହୋଇଯିବ । ପରୀକ୍ଷା , ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି ଚଳିବା ଭଲ ହେବ। ଛାତ୍ର ଛାତୀମାନେ ପଢାରେ ମନ ଦେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା-
ଶାରୀରିକ ସ୍ବାସ୍ଥ୍ୟ ଓ ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଦୀର୍ଘଦିନରୁ ଚେଷ୍ଟା କରୁଥିବା ସରକାରୀ କ୍ଷେତ୍ରରୁ ଋଣସୂତ୍ରରେ ଅର୍ଥଲାଭର ଆଶା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଧନୁ-
କୌଣସି ଆନୁଷ୍ଠାନିକ କାମ ସକାଶେ ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ପାଇ ଆଶ୍ୱସ୍ତି ଲାଭ କରିବେ । ପିତା ମାତା ପିଲାଙ୍କ କାମ ଦେଖି ବହୁତ୍ ଖୁସି ଅନୁଭବ କରିବେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଅସହାୟଙ୍କୁ ସାହାର୍ଯ୍ୟ କରନ୍ତୁ

ମକର-
ଦୈହିକ ଦୁର୍ବଳତା ସାଙ୍ଗକୁ ସୁଯୋଗ ହରାଇପାରନ୍ତି। ପାରିବାରିକ ସମସ୍ୟା ଚିନ୍ତାକରି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ଆଲୋଚନା କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବଢ଼ିପାରେ । ପରୀକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ହାସଲ କରିବେ । ସହକର୍ମୀ ମାନଙ୍କ ଦ୍ୱାରା ଲାଭ ବାନ୍ ହେବା ସହ କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀକୁ ଉତୀର୍ଣ୍ଣ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ

ମୀନ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ। ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର‌୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today Horoscope | These Zodiac Signs May Become Lucky This Season | Astrology Predictions | Argus News