Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ମାହାଷ୍ଟମୀରେ ଏମାନଙ୍କୁ ମିଳିବ ସୁଫଳ

Rashmita Mishra
Browse all articles by Rashmita Mishra
·9 months ago·3 min read
ମାହାଷ୍ଟମୀରେ ଏମାନଙ୍କୁ ମିଳିବ ସୁଫଳ

Key Points

ଜାଣନ୍ତୁ ଆଜିର ରାଶିଫଳ 

ଦୁଇଟି ରାଶି ପାଇଁ  ଆଜି ଭାରି ଭଲ 

ଏହି ରାଶିରେ ଉପରେ ବର୍ଷିବ ମା'ଙ୍କ ଆଶ୍ରିବାଦ

ମେଷ-
ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ । ବାରମ୍ବାର ସ୍ୱାସ୍ଥ୍ୟ ଖରାପ ଦେଖାଦେଇପାରେ । ବ୍ୟବସାୟରେ ଉଚ୍ଚ ଫଳ ପ୍ରାପ୍ତି ହେବ । ମହିଳାମାନେ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣ ହେବେ। ପରିବହନରେ ସ୍ଥିତି ମାନ୍ଦା ହେବନାହଁ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସରସ୍ୱତୀଙ୍କ ପୂଜାପାଠ କରନ୍ତୁ


ବୃଷ-
କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି । ଖେଳାଳିମାନେ ନିଜର ହୃତେଗୈରବ ଫେରି ପାଇବେ । ଆପଣ ଯେଉଁ ନିଷ୍ପତି ନେବେ ତାହା ଆପଣଙ୍କୁ ଭବିଷ୍ୟତରେ ଲାଭ ଦେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ


ମିଥୁନ-
କର୍ମକ୍ଷେତ୍ରର ସମସ୍ୟା ଦୃଢ଼ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକ ସନ୍ଦେହ ପରିସରକୁ ଆସିଯିବେ। ବନ୍ଧୁ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତି ରକ୍ଷା କରିବେ। ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ


କର୍କଟ-
ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି


ସିଂହ-
ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଉତ୍ତରଦାୟୀ ହେବାକୁ ପଡ଼ିପାରେ। କାର‌୍ୟ୍ୟବ୍ୟସ୍ତତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ମୁକ୍ତ ରହିବେ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ


କନ୍ୟା-
ନିଜ ମନରେ ନୂଆ ନୂଆ ବିଚାର ଆସିପାରେ ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ତୁଳା-
ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି। ଜମିଜମା, ମାଲି ମକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ। ମାନସିକ ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କ’ଣ କରିବେ କିମ୍ବା କ’ଣ ନ କରିବେ ସ୍ଥିର କରିପାରିବେ ନାହିଁ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ


ବିଛା-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । କର୍ମଜୀବି ମାନେ କର୍ମପ୍ରବଣତା ପ୍ରିତି ବୃଦ୍ଧି ପାଇବ । ରାଜନୈତିକ ଜୀବନ ଉଥାନ୍ , ପତନରେ ଗତି କରିବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ


ଧନୁ-
କୌଣସି କାମ ସକାଶେ ସକାଳୁ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଲାଭ କରିବେ । ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। ଅସାବଧାନତାବଶତଃ କୌଣସି ଦବ୍ର‌୍ୟ ନଷ୍ଟ ହୋଇପାରେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ


ମକର-
ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ


କୁମ୍ଭ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର‌୍ୟ୍ୟ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ। ସମସ୍ୟାକୁ ପ୍ରତିହତ କରି ଆଗକୁ ବଢ଼ିବା ସକାଶେ ପଦକ୍ଷେପ ନେବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ


ମୀନ-
ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ। ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

Sponsored
Horoscope | Maha Ashtami 2025: Who Will Receive Divine Blessings and Benefits | Argus News | Argus News